28.1 C
Bhubaneswar
Thursday, March 28, 2024
Homeଓଡିଶାବଡ଼ଖବର : ରାଜ୍ୟରେ ଆଜି ରେକର୍ଡ ଭାଙ୍ଗିଲା ମୃତ୍ୟୁ ସଂଖ୍ୟା, ଦିନକରେ ୪୭ ମୁଣ୍ଡ ନେଲା...

ବଡ଼ଖବର : ରାଜ୍ୟରେ ଆଜି ରେକର୍ଡ ଭାଙ୍ଗିଲା ମୃତ୍ୟୁ ସଂଖ୍ୟା, ଦିନକରେ ୪୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜି ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ରେକର୍ଡ ସୃଷ୍ଟି କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୨୫୭କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ ଓ କଟକରୁ ୫ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଅନୁଗୁଳ, ବରଗଡ଼ରୁ ୪ ଜଣ ଲେଖାଏଁ, ବାଲେଶ୍ୱର, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଗଞ୍ଜାମ, ନୟାଗଡ଼ରୁ ୩ ଜଣ ଲେଖାଏଁ, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ଯାଜପୁର, ରାୟଗଡ଼ା, ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ହାରରେ ବ୍ରେକ୍‌ ଲାଗିପାରୁନି। ଗତକାଲି ରାଜ୍ୟରେ ୫,୨୩୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରେ ୪,୮୫୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୁଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୨,୭୬୫ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କଣ୍ଟାକ୍ସ ୨,୦୮୭ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୬୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, କଟକରୁ ୫୦୫, ଯାଜପୁରରୁ ୩୮୨, ବାଲେଶ୍ବରରୁ ୩୬୪, କେନ୍ଦ୍ରାପଡାରୁ ୨୮୭, ଅନୁଗୁଳରୁ ୨୭୫, ପୁରୀରୁ ୨୩୭, ଭଦ୍ରକରୁ ୨୨୨, ମୟୂରଭଞ୍ଜରୁ ୨୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଜଗତସିଂହପୁରରୁ ୧୮୦, ସୁନ୍ଦରଗଡ଼ରୁ ୧୫୭, ଢେଙ୍କାନାଳରୁ ୧୫୦, ନୟାଗଡ଼ରୁ ୧୩୬, ନବରଙ୍ଗପୁରରୁ ୧୦୮, ରାୟଗଡ଼ାରୁ ୧୦୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଷ୍ଟେଟପୁଲରୁ ୯୮, କେନ୍ଦୁଝରରୁ ୯୬, ମାଲକାନଗିରିରୁ ୮୯, କୋରାପୁଟରୁ ୮୮, କନ୍ଧମାଳରୁ ୮୩, ବରଗଡ଼ରୁ ୬୧, କଳାହାଣ୍ଡିରୁ ୬୦, ବୌଦ୍ଧରୁ ୫୭, ଗଜପତିରୁ ୪୮, ସମ୍ବଲପୁରରୁ ୪୧, ଗଞ୍ଜାମରୁ ୪୦, ସୋନପୁରରୁ ୩୫, ବଲାଙ୍ଗୀରରୁ ୩୧, ନୂଆପଡାରୁ ୨୨, ଦେବଗଡ଼ରୁ ୨୦, ଜଗତସିଂହପୁରରୁ ୧୬ ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮,୪୭,୩୧୩ରେ ପହଞ୍ଚି ଥିବାବେଳେ ୭,୮୧,୪୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆକ୍ଟିଭ୍‌ କେସ୍‌ ୬୨,୫୧୫ ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking