30.1 C
Bhubaneswar
Sunday, May 5, 2024
Homeଓଡିଶାକରୋନା ମୃତ୍ୟୁରେ ଲାଗୁନି ବ୍ରେକ୍‌ : ରାଜ୍ୟରେ ୪ ହଜାର ଟପିଲା ମୃତ୍ୟୁ ସଂଖ୍ୟା, ଦିନକରେ...

କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍‌ : ରାଜ୍ୟରେ ୪ ହଜାର ଟପିଲା ମୃତ୍ୟୁ ସଂଖ୍ୟା, ଦିନକରେ ସର୍ବାଧିକ ୪୮ ଜଣ ମୃତ

ଭୁବନେଶ୍ୱର : ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ କମୁଥିବା ବେଳେ ମୃତ୍ୟୁରେ ବ୍ରେକ୍ ଲାଗୁନି । ୨୪ ଘଣ୍ଟାରେ ରାଜ୍ୟରେ ସର୍ବାଧିକ ୪୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୪ ହଜାର ପାର୍ କରିଛି । ମୋଟ ମୃତ୍ୟୁସଂଖ୍ୟା ୪ ହଜାର ୧୮କୁ ବୃଦ୍ଧି ପାଇଛି । ଅନୁଗୁଳ ଜିଲ୍ଲାରୁ ୨ କୋଭିଡ୍ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱରରୁ ୨ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୨ ଜଣ, ଭୁବନେଶ୍ୱରରୁ ୫ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୫ ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ଜଣେ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, ଖୋର୍ଦ୍ଧାରୁ ୨ ଜଣ, କୋରାପୁଟରୁ ଜଣେ, ନୟାଗଡ଼ରୁ ୫ ଜଣ, ପୁରୀରୁ ଜଣେ, ସମ୍ବଲପୁରରୁ ଜଣେ, ସୁନ୍ଦରଗଡ଼ରୁ ୪ ଜଣଙ୍କ ମୃତ୍ୟୁ ହୋଇଛି ।

ଅନ୍ୟପଟେ, ରାଜ୍ୟରେ ଆଜି ପୁଣି ୩୩୭୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୯୨୨ ଓ ସ୍ଥାନୀୟ ଅଞ୍ଚଳରୁ ୧୪୪୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯ ହଜାର ୮୦୦ରେ ପହଞ୍ଚିଛି। ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୭୪ ହଜାର ୩୦୭ ରହିଥିବା ବେଳେ ୩୧ ହଜାର ୪୨୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୯୩ ଜଣ, ବାଲେଶ୍ୱରରୁ ୨୫୮ ଜଣ, ବରଗଡ଼ରୁ ୩୫ ଜଣ, ଭଦ୍ରକରୁ ୧୭୬ ଜଣ, ବଲାଙ୍ଗୀରରୁ ୧୨ ଜଣ, ବୌଦ୍ଧରୁ ୧୯ ଜଣ, କଟକରୁ ୪୬୮ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୫୮ ଜଣ, ଗଜପତିରୁ ୧୨ ଜଣ, ଗଞ୍ଜାମରୁ ୨୧ ଜଣ, ଜଗତସିଂହପୁରରୁ ୧୩୫ ଜଣ,

ଯାଜପୁରରୁ ୨୧୦ ଜଣ, ଝାରସୁଗୁଡ଼ାରୁ ୧୫ ଜଣ, କଳାହାଣ୍ଡିରୁ ୧୧ ଜଣ, କନ୍ଧମାଳରୁ ୨୯ ଜଣ, କେନ୍ଦ୍ରାପଡ଼ାରୁ ୨୧୯ ଜଣ, କେନ୍ଦୁଝରରୁ ୭୦ ଜଣ, କୋରାପୁଟରୁ ୫୨ ଜଣ, ମାଲକାନଗିରିରୁ ୮୦ ଜଣ, ମୟୁରଭଞ୍ଜରୁ ୨୨୨ ଜଣ, ନବରଙ୍ଗପୁରରୁ ୩୪ ଜଣ, ନୟାଗଡ଼ରୁ ୧୩୫ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୯୩ ଜଣ, ରାୟଗଡ଼ାରୁ ୫୯ ଜଣ, ସମ୍ୱଲପୁରରୁ ୨୮ ଜଣ, ସୋନପୁରରୁ ୨୨, ସୁନ୍ଦରଗଡ଼ରୁ ୭୨ ଓ ଷ୍ଟେଟ ପୁଲରୁ ୯୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking