27.1 C
Bhubaneswar
Saturday, July 27, 2024
Homeଓଡିଶା5T ସଚିବ ଙ୍କ ବ୍ରହ୍ମପୁର ବୁଢୀ ଠାକୁରାଣୀଙ୍କ ମନ୍ଦିର ପରିଦର୍ଶନ

5T ସଚିବ ଙ୍କ ବ୍ରହ୍ମପୁର ବୁଢୀ ଠାକୁରାଣୀଙ୍କ ମନ୍ଦିର ପରିଦର୍ଶନ

ପୂଜାର୍ଚନା ଓ ବିକାଶ ସମ୍ପର୍କରେ ଆଲୋଚନା

ପନ୍ଦର ଦିନରେ  ମାଷ୍ଟର ପ୍ଲାନ ପ୍ରସ୍ତୁତ କାଟିବାକୁ ପରାମର୍ଶ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦ୍ଦେଶ ରେ 5T ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ଅପରାହ୍ନରେ ବ୍ରହ୍ମପୁର ସହର ପ୍ରସିଦ୍ଧ ବୁଢୀ ଠାକୁରାଣୀଙ୍କ ମନ୍ଦିର ପରିଦର୍ଶନ କରିଥିଲେ .

ଆଜି ଥିଲା ବ୍ରହ୍ମପୁର ର ପ୍ରସିଦ୍ଧ ବୁଢୀ ଠାକୁରାଣୀ ଯାତ୍ରା ର ଶେଷ ଦିନ . ଏହି ଅବସରରେ ଶ୍ରୀ ପାଣ୍ଡିଆନ୍ ମନ୍ଦିର ରେ ମାଆଙ୍କ ପୂଜାର୍ଚନା କରି ଆଶୀର୍ବାଦ ଭିକ୍ଷା କରିଥିଲେ .

ପରେ 5T ସଚିବ ମନ୍ଦିର ର ବିକାଶ ସମ୍ପର୍କରେ ମନ୍ଦିର କମିଟି ଓ ସ୍ଥାନୀୟ ଲୋକପ୍ରତିନିଧିଙ୍କ ସହ ଆଲୋଚନା କରିଥିଲେ .
.
ବୁଢୀ ଠାକୁରାଣୀ ମନ୍ଦିର ଏକ ପ୍ରାଚୀନ ମନ୍ଦିର .ପ୍ରତିଦିନ ଏଠାକୁ ଶହ ଶହ ଭକ୍ତ ଆସିଥାନ୍ତି .ତେଣୁ ଯାତ୍ରୀ ମାନଙ୍କ ସୁବିଧା କୁ ଦୃଷ୍ଟିରେ ରଖି ସେଠାରେ ଉପଯୁକ୍ତ ଭିତ୍ତିଭୂମି ର ବିକାଶ କରିବାକୁ ସ୍ଥିର କରାଯାଇଥିଲା .
ଏ ସମ୍ପର୍କରେ ପନ୍ଦର ଦିନ ରେ ବିସ୍ତ୍ରୁତ ଯୋଜନା ପ୍ରସ୍ତୁତ
କରିବାକୁ ଶ୍ରୀ ପାଣ୍ଡିଆନ୍ ଜିଲ୍ଲା ପ୍ରଶାସନ କୁ ପରାମର୍ଶ ଦେଇଥିଲେ .

ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ ,ବିଧାୟକ ଶ୍ରୀ ବିକ୍ରମ ପଣ୍ଡା , ବ୍ରହ୍ମପୁର୍ ମେୟର ରାଜ୍ୟ ଯୋଜନା ବୋର୍ଡ ସଭ୍ୟ ଶ୍ରୀ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ଓ ଗଞ୍ଜାମ ଜିଲ୍ଲାପାଳ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ .

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking