31.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟରେ ଆଉ ୫ ଜୀବନ ନେଲା କରୋନା, ସର୍ବାଧିକ ସୁନ୍ଦରଗଡ଼

ରାଜ୍ୟରେ ଆଉ ୫ ଜୀବନ ନେଲା କରୋନା, ସର୍ବାଧିକ ସୁନ୍ଦରଗଡ଼

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ତେବେ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ସାମାନ୍ୟ ହ୍ରାସ ପାଇଛି । ଆଜି ୫ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୨୦୭୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୩ ଓ ଖୋର୍ଦ୍ଧାରୁ ଦୁଇ ଜଣ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ଆଜି ମୋଟ ୮୯୧୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତକାଲି ରାଜ୍ୟର ୧୪ ଜଣ ରୋଗୀଙ୍କ ମୃତ୍ୟୁ ଘଟିଥିବା ବେଳେ ୮୦୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଥିଲେ । ​ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୭୦ ହଜାର ୬୩୭କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୫୮ ଜଣ ସଂକ୍ରମିତ ହୋଇଛନ୍ତି ।

ଏହା ସହ ସୁନ୍ଦରଗଡରୁ ୫୯୨, କଟକରୁ ୫୮୭, ପୁରୀରୁ ୫୩୦, ସମ୍ବଲପୁରରୁ ୫୨୦, ବରଗଡରୁ ୪୫୨, ନବରଙ୍ଗପୁରରୁ ୪୩୩, ଭଦ୍ରକରୁ ୩୫୧, ଅନୁଗୁଳରୁ ୩୩୧, ଝାରସୁଗୁଡାରୁ ୩୦୪, ବଲାଙ୍ଗିରରୁ ୨୯୧, ନୂଆପଡାରୁ ୨୭୮, ଗଞ୍ଜାମରୁ ୨୬୨, ଷ୍ଟେଟପୁଲରୁ ୨୫୫, କଳାହାଣ୍ଡିରୁ ୨୩୬, ଯାଜପୁରରୁ ୨୩୨, ନୟାଗଡରୁ ୧୯୪, ବାଲେଶ୍ୱରରୁ ୧୭୯, ବୌଦ୍ଧରୁ ୧୭୫, ଗଜପତିରୁ ୧୬୫, ରାୟଗଡାରୁ ୧୫୭, ଢେଙ୍କାନାଳରୁ ୧୪୯, କୋରାପୁଟରୁ ୧୪୫, ମୟୂରଭଞ୍ଜରୁ ୧୩୪, କେନ୍ଦ୍ରାପଡାରୁ ୧୩୨, ସୁବର୍ଣ୍ଣପୁରରୁ ୧୨୧, ଜଗତସିଂହପୁରରୁ ୧୦୯, କେନ୍ଦୁଝରରୁ ୧୦୪, ଦେବଗଡରୁ ୧୦୩, ମାଲକାନଗିରିରୁ ୭୩, କନ୍ଧମାଳରୁ ୬୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking