27.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗକରୋନା ନେଲା ଆଉ ୫ ଜୀବନ

କରୋନା ନେଲା ଆଉ ୫ ଜୀବନ

ଭୁବନେଶ୍ଵର : ରାଜ୍ୟରେ କରୋନା ଭୂତାଣୁ ଆଉ ୫ ଜୀବନ ନେଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩ ଜଣ ରହିଥିବାବେଳେ ଗଜପତି ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏ ପ୍ରାଣ ହରାଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ପୁରୁଷ ଓ ଜଣେ ମହିଳା ରହିଛନ୍ତି। ଫଳରେ ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୦୮କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଗଜପତି ଜିଲ୍ଲାରୁ ମୃତକ ଜଣକ ୭୨ବର୍ଷୀୟ ବୃଦ୍ଧ ଏବଂ ସେ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ରକ୍ତନଳୀ ସମ୍ବନ୍ଧୀୟ ରୋଗରେ ପୀଡ଼ିତ ଥିଲେ। ଗଞ୍ଜାମ ଜିଲ୍ଲାର ୩ ମୃତକଙ୍କ ମଧ୍ୟରୁ ଜଣେ ୪୦ ବର୍ଷୀୟା ମହିଳା ଏବଂ ୬୧ ଓ ୬୦ ବର୍ଷୀୟ ୨ ଜଣ ପୁରୁଷ ରହିଛନ୍ତି। ମହିଳା ଜଣକ ମଧୁମେହ ଏବଂ ହାଇଡ୍ରୋନେଫ୍ରୋସିସ୍ ​ରୋଗରେ ଆକ୍ରାନ୍ତ ଥିଲେ। ସେହିପରି ୬୧ ବର୍ଷୀୟ ମୃତକ ଜଣକ ମଧୁମେହ ଏବଂ ୬୦ ବର୍ଷୀୟ ପୁରୁଣ ଜଣକ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ। ଏହାବ୍ୟତୀତ କନ୍ଧମାଳ ଜିଲ୍ଲାରେ ପ୍ରାଣ ହରାଇଥିବା ବ୍ୟକ୍ତି ଜଣେ ୮୬ ବର୍ଷୀୟ ବୃଦ୍ଧ। ସେ ମଧୁମେହ ଏବଂ ଫୁସଫୁସ ରୋଗରେ ଆକ୍ରାନ୍ତ ଥିଲେ।
ଅନ୍ୟପଟେ ଆଜି ରାଜ୍ୟରେ ୨୮ ଜିଲ୍ଲାରୁ ରେକର୍ଡ଼ ସଂଖ୍ୟକ ୧୦୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୧୦୭୮ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୨୧ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୫୭ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୮୩୫କୁ ବୃଦ୍ଧି ପାଇଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking