16.1 C
Bhubaneswar
Saturday, December 6, 2025
Homeଓଡିଶାସରକାରୀ ଧନ୍ଦାମୂଳକ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ନିମନ୍ତେ ୫ ଦିବସୀୟ ପ୍ରଶିକ୍ଷଣ ଶିବିର ଉଦଘାଟିତ

ସରକାରୀ ଧନ୍ଦାମୂଳକ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ନିମନ୍ତେ ୫ ଦିବସୀୟ ପ୍ରଶିକ୍ଷଣ ଶିବିର ଉଦଘାଟିତ

ଭୁବେଶ୍ବର:  ଆଜି ବିଶ୍ୱ ଦକ୍ଷତା କେନ୍ଦ୍ର ଓ CTTC ଠାରେ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ନିମନ୍ତେ Electronic & Hardware ଓ IT-ITeS Trade ରେ ୫ ଦିବସୀୟ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ( Hands on Skill ) ପ୍ରଶିକ୍ଷଣ ଉଦଘାଟିତ ହୋଇଯାଇଛି | ଏହାର ଉଦ୍ଘାଟନୀ ଉତ୍ସବରେ ଯୋଗଦେଇ ଉଚ୍ଚ ମଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଯୁଗ୍ମନିର୍ଦ୍ଦେଶକ ଶ୍ରୀମତୀ ବିନୀତା ସେନାପତି ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଦକ୍ଷତା ହାସଲ କରିବା ଦିଗରେ ପ୍ରେରଣା ପ୍ରଦାନ କରିବା ସହିତ ଧନ୍ଦାମୂଳକ ଶିକ୍ଷାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ | ଏହି ପରିପ୍ରେକ୍ଷୀରେ ନିର୍ଦ୍ଦେଶାଳୟ ଉପନିର୍ଦେଶକ ଶ୍ରୀ ଜିତେନ୍ଦ୍ର ନାୟକ ପ୍ରଶିକ୍ଷଣର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଏହି କାର୍ଯ୍ୟକ୍ରମରେ WSC ପକ୍ଷରୁ ଅଧ୍ୟକ୍ଷ ଶ୍ରୀ ଟି ଥମ୍ବୀ ରାଜା ଯୋଗ ଦେଇଥିଲେ l ସେହିପରି CTTC ଭୁବନେଶ୍ୱର ଠାରେ ଅନୁଷ୍ଠିତ ଉଦଘାଟନ ଉତ୍ସବରେ ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀମତୀ ସ୍ନିଗ୍ଧା ମିଶ୍ର, CTTC ର ପରିଚାଳନ ନିର୍ଦ୍ଦେଶକ ଶ୍ରୀ ଏଲ ରାଜଶେଖର, ଶ୍ରୀ ସତ୍ୟ ନାରାୟଣ ମିଶ୍ର ତଥା ନିର୍ଦ୍ଦେଶାଳୟର Research Asst. ଶ୍ରୀମତୀ ସ୍ମିତାରେଖା ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ ସୂଚନାଯୋଗ୍ୟ , ଏହି ଆବାସିକ ପ୍ରଶିକ୍ଷଣ କର୍ଯ୍ୟକ୍ରମରେ WSC ଠାରେ ପ୍ରାୟ ୫୦ ଜଣ ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟିତ୍ରୀ ଅଂଶଗ୍ରହଣ କରୁଥିବା ବେଳେ CTTC ଠାରେ ପ୍ରାୟ ୯୦ ଜଣ ଛାତ୍ରଛାତ୍ରୀ ଏବଂ ଶିକ୍ଷକଶିକ୍ଷୟିତ୍ରୀ ଅଂଶଗ୍ରହଣ କରୁଛନ୍ତି ଏବଂ ସେମାନେ ଏହି ପ୍ରଶିକ୍ଷଣ ମାଧ୍ୟମରେ ନିଜ ବିଷୟରେ ଜ୍ଞାନ ଅର୍ଜନ କରିବା ସହିତ ଏହାର ବ୍ୟବହାରିକ ଅଭିଜ୍ଞତା ହାସଲ କରିବେ |

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking