30.1 C
Bhubaneswar
Saturday, June 7, 2025
Homeଓଡିଶାରାୟଗଡାରେ ଅଜଣା ରୋଗ ଯୋଗୁଁ ୫ ମୃତ

ରାୟଗଡାରେ ଅଜଣା ରୋଗ ଯୋଗୁଁ ୫ ମୃତ

ରାୟଗଡା: ରାୟଗଡା କାଶୀପୁର ମନୁଷପଦର ଗାଁରେ ଅଜଣା ରୋଗରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଗାଁକୁ ସାତ ଜଣିଆ ଟିମ ସ୍ଥିତି ଅନୁଧ୍ୟାନ ପାଇଁ ଯାଇଛନ୍ତି । ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ରୋଗୀଙ୍କୁ ଅନୁଧ୍ୟାନ ପରେ ଗାଁକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି ସ୍ୱାସ୍ଥ୍ୟ ବିଭାଗୀୟ ଅଧିକାରୀ । ସୂଚନା ଅନୁଯାୟୀ, ଅଜଣା ରୋଗରେ ଆକ୍ରାନ୍ତ ହୋଇଥିବା ୪ ଜଣ ଶିଶୁ ଓ ଜଣେ ବୃଦ୍ଧା ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି। ବିଶେଷ କରି ଏହି ରୋଗରେ ଶିଶୁ ଏବଂ ବୃଦ୍ଧା ଆକ୍ରାନ୍ତ ହେଉଛନ୍ତି। ଆକ୍ରାନ୍ତଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ଭୁବନେଶ୍ବର ଆରଏମଆରସିକୁ ପଠାଯାଇଥିବା ସୂଚନା ମିଳିଛି। ଗତକାଲି ଜିଲ୍ଲା ସ୍ବାସ୍ଥ୍ୟ ବିଭାଗର ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ, କାଶୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଟିମ୍ ଏବଂ ବିଶ୍ବ ସ୍ବାସ୍ଥ୍ୟ ବିଭାଗ ଟିମ୍ ଯାଇ ଆକ୍ରାନ୍ତଙ୍କୁ ଚିକିତ୍ସା କରିବା ସହ ସ୍ଥିତି ଅନୁଧ୍ୟାନ କରିଥିଲେ। ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଟିମ ପକ୍ଷରୁ ଡିପଥେରିଆ ରୋଗ ବ୍ୟାପିଥିବା ସନ୍ଦେହ କରାଯାଉଛି। ପୋଡଶୀ ଗାଁକୁ ରୋଗ ବ୍ୟାପୁଥିବା ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking