33.1 C
Bhubaneswar
Thursday, April 25, 2024
Homeଓଡିଶାହୀରାକୁଦ ଜଳଭଣ୍ଡାରର ଖୋଲିଲା ୫ଟି ଗେଟ୍‌

ହୀରାକୁଦ ଜଳଭଣ୍ଡାରର ଖୋଲିଲା ୫ଟି ଗେଟ୍‌

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଖୋଲିଲା ୫ଟି ଗେଟ୍‌। ମହାନଦୀ ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ଯୋଗୁ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଫଳରେ ହୀରାକୁଦର ଗେଟ୍ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ। ଆଜି ପର୍ଯ୍ୟାୟ କ୍ରମେ ୫ଟି ଗେଟ୍ ଖୋଲିଲା । ପରେ ପୁଣି ଆଉ ୫ଟି ଗେଟ୍ ଖୋଲିବାର ଯୋଜନା ରହିଥିବା ହୀରାକୁଦ ଜଳଭଣ୍ଡାର ମୁଖ୍ୟଯନ୍ତ୍ରୀ ଆନନ୍ଦ ସାହୁ କହିଛନ୍ତି। ହୀରାକୁଦ ଜଳଭଣ୍ଡାର ମୁଖ୍ୟଯନ୍ତ୍ରୀ ଆନନ୍ଦ ସାହୁ କହିଛନ୍ତି, ମହାନଦୀ ଉପମୁଣ୍ଡରେ ବର୍ଷାର ପରିମାଣ ବଢ଼ିଥିବାରୁ ସରାଡିହରେ ସକାଳ ୬ଟା ସୁଦ୍ଧା ୪ଲକ୍ଷ କ୍ୟୁସେକ୍‌ ଜଳ ଜଳଭଣ୍ଡାର ମଧ୍ୟକୁ ଆସିଛି। ତାକୁ ଦୃଷ୍ଟିରେ ରଖି ଆଜିଠାରୁ ହୀରାକୁଦ ଜଳଭଣ୍ଡାରର ଗେଟ୍ ଖୋଲିବା ଆରମ୍ଭ କରିବୁ। ଆଜି ପ୍ରଥମ ପର୍ଯ୍ୟାୟ ୫ଟି ଗେଟ୍‌ ଖୋଲିଲା ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ବି ୫ଟି ଗେଟ୍‌ ଖୋଲିବୁ। ମୋଟ ଉପରେ ୧୦ଟି ଗେଟ୍‌ ହୀରାକୁଦ ଜଳଭଣ୍ଡାରରୁ ଖୋଲାଯିବ। ପରେ ଜଳସ୍ତର ଦେଖି ହୀରାକୁଦ ଜଳଭଣ୍ଡାରରେ ଗେଟ୍‌ ଗୁଡ଼ିକ ଖୋଲାଯିବ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking