36.1 C
Bhubaneswar
Monday, May 12, 2025
Homeଓଡିଶା୫ଟି ହାଇସ୍କୁଲ ରୂପାନ୍ତରଣ : ତୃତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ ୫ଟି ଜିଲ୍ଲାର ୩୨୩ଟି ରୂପାନ୍ତରିତ...

୫ଟି ହାଇସ୍କୁଲ ରୂପାନ୍ତରଣ : ତୃତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ ୫ଟି ଜିଲ୍ଲାର ୩୨୩ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ଭୁବନେଶ୍ୱର: ରାଜ୍ୟର ଶିକ୍ଷାବ୍ୟବସ୍ଥାକୁ ଗୁଣାତ୍ମକ ତଥା ସ୍କୁଲଗୁଡ଼ିକୁ ସର୍ବାଙ୍ଗ ସୁନ୍ଦର କରିବା ପାଇଁ ମୁଖ୍ୟମନ୍ତ୍ରୀ ନେଇଛନ୍ତି ଦୃଢ଼ ଶପଥ। ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ହେଉଛି ଆମୂଳଚୂଳ ପରିବର୍ତ୍ତନ। ‘୫-ଟି’ ହାଇସ୍କୁଲ ରୂପାନ୍ତରଣ ଯୋଜନାରେ ବଦଳୁଛି ବିଦ୍ୟାଳୟର ଚେହେରା। ଘରୋଇ ସ୍କୁଲ ଭଳି ସରକାରୀ ସ୍କୁଲରେ ପିଲାଙ୍କୁ ଉନ୍ନତମାନର ସୂଚନା ଓ ପ୍ରଯୁକ୍ତିବିଦ୍ୟାର ଶିକ୍ଷା ଦେବାଲାଗି ପ୍ରସ୍ତୁତ ହେଉଛି ସୁଦୃଢ଼ ଭିତ୍ତିଭୂମି। ଜନସାଧାରଣଙ୍କ ଭାଗିଦାରୀର ପ୍ରକୃଷ୍ଟ ଉଦାହରଣ ହେଉଛି ସ୍କୁଲ ରୂପାନ୍ତର । ୫ଟି ସ୍କୁଲ ରୂପାନ୍ତରଣ ତୃତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ ଆଜି ୫ଟି ଜିଲ୍ଲାର ୩୨୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମୟୂରଭଞ୍ଜର ସର୍ବାଧିକ ୧୦୦ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପିତ ହୋଇଛି ହେବ । ସେହିପରି ନବରଙ୍ଗପୁରର ୭୮, ଖୋର୍ଦ୍ଧା ଓ ବରଗଡ଼ ଜିଲ୍ଲାର ୬୨ଟି ଲେଖାଏଁ ଏବଂ ବୌଦ୍ଧର ୨୩ଟି ସ୍କୁଲର ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ । କାର୍ଯ୍ୟକ୍ରମକୁ ଭୁବନେଶ୍ବରରୁ ୫ଟି ସଚିବ ଭିକେ ପାଣ୍ଡିଆନ ସଂଯୋଜନା କରିଥିଲା ବେଳେ ୫ଟି ଜିଲ୍ଲାରେ ଆୟୋଜିତ କାର୍ଯ୍ୟକ୍ରମରେ ମନ୍ତ୍ରୀ, ବିଧାୟକ ଉପସ୍ଥିତ ଥିଲେ। ୫ଟି ହେଉଛି ଟେକ୍ନୋଲୋଜି, ଟିମ୍ ଓ୍ବାର୍କ, ଟ୍ରାନସ୍ପରେନ୍ସି, ଟ୍ରାନ୍ସଫରମେସନ୍ ଏବଂ ଟାଇମ । ଏସବୁର ପ୍ରୟୋଗ ଫଳରେ ରୂପାନ୍ତର ଆସିଥାଏ । ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ । ଛାତ୍ରଛାତ୍ରୀଙ୍କ ସଫଳତା ହେଉଛି ଓଡିଶାର ସଫଳତା ।

୫ଟି ସ୍କୁଲ ଗୁଡ଼ିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି । ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡ଼ିଶାର ଗୌରବ ବୃଦ୍ଧି ହେବ । ସୂଚନାଯୋଗ୍ୟ, ତିନୋଟି ପର୍ୟ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ। ପୂର୍ବରୁ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫ଟି ହେଉଛି ଟେକ୍‌ନୋଲୋଜି, ଟିମ୍‌ୱାର୍କ, ଟ୍ରାନସ୍‌ପରେନ୍‌ସି ବା ସ୍ବଚ୍ଛତା ଏବଂ ଟାଇମ ବା ସମୟ । ଏସବୁର ପ୍ରୟୋଗରେ ଟ୍ରାନ୍‌ସଫରମେସନ ବା ରୂପାନ୍ତର ଆସିଥାଏ । ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍‌ନୋଲୋଜିର ପ୍ରୟୋଗରେ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର ଓ ଆଧୁନିକ ଲାବୋରେଟୋରୀର ବିକାଶ କରାଯାଇଛି । ସେହିପରି ଏହି ରୂପାନ୍ତର କାମକୁ ସମସ୍ତଙ୍କ ମିଳିତ ଉଦ୍ୟମରେ କରାଯାଇଛି, ଯାହା ଟିମ୍‌ୱାର୍କର ପ୍ରତୀକ। ସମୟକୁ ଗୁରୁତ୍ବ ଦିଆଯାଇ ସମସ୍ତ କାମ ମଧ୍ୟ ଠିକ୍‌ ସମୟରେ ଶେଷ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking