24.1 C
Bhubaneswar
Friday, February 6, 2026
Homeଓଡିଶାବନକ ଲାଗି ପାଇଁ ୫ଘଣ୍ଟା ଜଗା ଦର୍ଶନ ବନ୍ଦ

ବନକ ଲାଗି ପାଇଁ ୫ଘଣ୍ଟା ଜଗା ଦର୍ଶନ ବନ୍ଦ

ପୁରୀ: ଆଜି ମାଘ ମାସ କୃଷ୍ଣପକ୍ଷ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ।

ପରମ୍ପରା ଅନୁଯାୟୀ ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଏ। ଦତ୍ତମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କ ଶ୍ରୀମୁଖ ସିଂହାର କରିଥାନ୍ତି। ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକଲାଗି କୁହାଯାଏ। ସେପଟେ ଆଜି ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ ନୀତି ସମ୍ପନ୍ନ କରାଯିବ। ଶ୍ରୀନଅର ପରମ୍ପରା ଅନୁସାରେ ପୂଜା ସମାପ୍ତ ପରେ ସିଂହାସନ ଆରୋହଣ କରିବା ସହ ବିଧି ମୂତାବକ କାର୍ଯ୍ୟ ସମ୍ପାଦନା କରିବେ ଗଜପତି ମହାରାଜା। ଏହି ନୀତି ବେଳେ ରାଜପୁରୋହିତ ଦେଉଳକରଣ ଏବଂ ବେହେରାକରଣ ପ୍ରମୁଖ ଉପସ୍ଥିତ ରହିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking