15.1 C
Bhubaneswar
Saturday, December 6, 2025
Homeଓଡିଶାରାସନ କାର୍ଡଧାରୀଙ୍କୁ ଅଧିକ ୫ କେଜି ଚାଉଳ

ରାସନ କାର୍ଡଧାରୀଙ୍କୁ ଅଧିକ ୫ କେଜି ଚାଉଳ

ଭୁବନେଶ୍ୱର: ଆଉ ତିନି ମାସ ହିତାଧିକାରୀଙ୍କୁ ମିଳିବ ଅତିରିକ୍ତ  ୫ କେଜି ଚାଉଳ । ଏନେଇ ଘୋଷଣା କଲେ ଖାଦ୍ୟ,ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ । ଅତିରିକ୍ତ ଚାଉଳ ବଣ୍ଟନ ଶେଷ କରିବାକୁ ୧୯ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।  ୧୯ ଜିଲ୍ଲାରେ ମୋଟ ୨ କୋଟି ୪୦ ଲକ୍ଷ ହିତାଧିକାରୀ ଉପକୃତ ହେବେ । ଅନୁଗୁଳ, ବାଲେଶ୍ୱର, ବରଗଡ, ଭଦ୍ରକ, କଟକ, ଦେବଗଡ, ଢେଙ୍କାନାଳ, ଗଞ୍ଜାମ,  ଜଗତସିଂହପୁର, ଯାଜପୁର, ଝାରସୁଗୁଡା, କେନ୍ଦ୍ରାପଡା, କେନ୍ଦୁଝର, ଖୋର୍ଦ୍ଧା, ମୟୁରଭଞ୍ଜ,  ନୟାଗଡ, ପୁରୀ, ସମ୍ବଲପୁର, ସୁନ୍ଦରଗଡ ପ୍ରମୁଖ ଜିଲ୍ଲାରେ  ପରିବାର ପିଛା ଏହି ଅତିରିକ୍ତ ୫ କେଜି ଚାଉଳ ମିଳିବ ।  ନଭେମ୍ବର ୧୦ ତାରିଖ ସୁଦ୍ଧା ବଣ୍ଟନ ସାରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।  ଜାତୀୟ ଏବଂ  ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ  ମିଳିବ ଏହି ଲାଭ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking