28.1 C
Bhubaneswar
Sunday, September 8, 2024
Homeଓଡିଶାଆହୁରି ୫ ଦିନ ପ୍ରବଳ ବର୍ଷିବ!

ଆହୁରି ୫ ଦିନ ପ୍ରବଳ ବର୍ଷିବ!

ଭୁବନେଶ୍ୱର: ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହୋଇଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ଏମିତି ବର୍ଷା ଲାଗି ରହିବ । କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଆସନ୍ତା୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି  ସମ୍ୱଲପୁର, ବରଗଡ଼, ସୋନପୁର ଓ ବୌଦ୍ଧ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବୁଧବାର ଅନୁଗୋଳ, ଢେଙ୍କାନାଳ, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ମୟୂରଭଞ୍ଜ,ଯାଜପୁର, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦୁଝର, ଦେବଗଡ଼, ସମ୍ୱଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗୁରୁବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଅନୁଗୋଳ,ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, କଟକ ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking