40.1 C
Bhubaneswar
Thursday, April 25, 2024
Homeଦେଶ ବିଦେଶଅସ୍ଥି ବିସର୍ଜନ କରି ଫେରୁଥିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୫ ମୃତ, ୧୨ ଆହତ

ଅସ୍ଥି ବିସର୍ଜନ କରି ଫେରୁଥିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୫ ମୃତ, ୧୨ ଆହତ

ହରୟାଣା : ହରୟାଣାର ରୋବାଡୀ ଜିଲ୍ଲାର ଏନଏଚ-୪୮ରେ ଏକ ବଡ଼ ଧରଣର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ ଜଣରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ, ଏକ କ୍ରୁଜର ଗାଡ଼ି ଆସି ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଗୋଟିଏ ଟ୍ରକକୁ ଧକ୍କା ଦେଇଥିଲା । ଫଳରେ କ୍ରୁଜର ଗାଡ଼ିରେ ବସିଥିବା ୫ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୨ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ବାବଲର ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ମଧ୍ୟରେ ୨ ଜଣ ମହିଳା ସାମିଲ ରହିଛନ୍ତି । କ୍ରୁଜ ଗାଡ଼ିରେ ଥିବା ଲୋକେ ଅସ୍ଥି ବିସର୍ଜନ ଲାଗି ହରିଦ୍ୱାର ଯାଇ ଜୟପୁରର ସାମୋଦ ଗାଁକୁ ଫେରୁଥିଲେ । ଏହି ସମୟରେ ଗାଡ଼ିଟି ଦୁର୍ଘଟଣାର ଶିକାର ହୋଇଥିଲା । ପୋଲିସ ସ୍ଥାନୀୟ ଲୋକଙ୍କ ଠାରୁ ଖବରପାଇ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଥିବାବେଳେ ଘଟଣାର ତଦନ୍ତ ଜାରି ରଖିଛି । ଦୁର୍ଘଟଣାର ଶିକାର ହୋଇଥିବା ସମସ୍ତ ଲୋକଙ୍କୁ ଅଲଗା ଅଲଗା ହସପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରୁ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking