18.1 C
Bhubaneswar
Saturday, November 23, 2024
Homeଓଡିଶା୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷଙ୍କ ଭଦ୍ରକ ଗସ୍ତ

୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷଙ୍କ ଭଦ୍ରକ ଗସ୍ତ

ଆରଡି ବାବା ଆଖଣ୍ଡଳମଣୀ ମନ୍ଦିର ପରିଦର୍ଶନ,
୪୮ କୋଟି ଟଙ୍କା ବ୍ୟୟରେ ଜାରି ରହିଥିବା ରୂପାନ୍ତର କାର୍ଯ୍ୟର ସମୀକ୍ଷା
ଜିଲ୍ଲାର ନିର୍ମାଣାଧୀନ ପ୍ରକଳ୍ପର ସମୀକ୍ଷା-
୮୯୩ କୋଟି ଟଙ୍କା ବ୍ୟୟରେ ଚାନ୍ଦବାଲି ମେଗା ପାଇପ ଜଳଯୋଗାଣ ପ୍ରକଳ୍ପ,
୧୦୦ କୋଟି ଟଙ୍କା ବ୍ୟୟରେ ଭଦ୍ରକ ରିଂ ରୋଡ ନିର୍ମାଣ ପ୍ରକଳ୍ପ,
୪୮୦ କୋଟି ଟଙ୍କା ବ୍ୟୟରେ ଆଖୁଆପଦାଠାରେ ସମନ୍ୱିତ ନଦୀଗର୍ଭ ଜଳାଶୟ ପ୍ରକଳ୍ପ,
୧୬୪ କୋଟି ଟଙ୍କା ବ୍ୟୟରେ ୧୦୦ ଶଯ୍ୟା ବିଶିଷ୍ଟ Super Speciality Hospital,
୪୭ କୋଟି ଟଙ୍କା ବ୍ୟୟରେ ଚୂଡାମଣି ବନ୍ଦର,
୪୧ କୋଟି ଟଙ୍କା ବ୍ୟୟରେ ପୁରୁଣା ବଜାର- ଗୁଜିଡହରା ଭାୟା ମା’ଭଦ୍ରକାଳୀ ମନ୍ଦିର ରାସ୍ତା,
୨୭ କୋଟି ଟଙ୍କା ବ୍ୟୟରେ ଧାମରା ଜେଟି ଉନ୍ନତିକରଣ
ଆରଡି, ଅସୁରାଳି ଓ ଭଦ୍ରକରେ ସ୍ଥାନୀୟ ଜନସାଧାରଣଙ୍କ ସହ ଆଲୋଚନା, ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ଭଦ୍ରକ ଜିଲ୍ଲା ଗସ୍ତକରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହିତ ଜନସାଧାରଣଙ୍କ ସହିତ ଆଲୋଚନା କରିଥିଲେ। ଶ୍ରୀ ପାଣ୍ଡିଆନ ପ୍ରଥମେ ଓଡିଶାର ପ୍ରସିଦ୍ଧ ଶୈବ କ୍ଷେତ୍ର ଆରଡିଠାରେ ବାବା ଆଖଣ୍ଡଳମଣୀଙ୍କୁ ପୂଜାର୍ଚ୍ଚନା ସହ ଦର୍ଶନ କରିଥିଲେ। ଏହାପରେ ମନ୍ଦିର ତଥା ଏହାର ପାରିପାର୍ଶ୍ୱିକ ବିକାଶ ପାଇଁ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ମନ୍ଦିର ପ୍ରକଳ୍ପ ପାଇଁ ୪୮ କୋଟି ଟଙ୍କା ମଞ୍ଜୁର ହୋଇଛି। ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ପ୍ରକଳ୍ପ କାମ ଯଥା ଶୀଘ୍ର ଶେଷକରିବାକୁ ନିର୍ଦ୍ଦେଶ ଦେଇଥିଲେ।

ଏଥି ସହିତ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ଅନ୍ୟାନ୍ୟ ପ୍ରମୁଖ ପ୍ରକଳ୍ପ ଯଥା- ୮୯୩ କୋଟି ଟଙ୍କା ବ୍ୟୟରେ ଚାନ୍ଦବାଲି ମେଗା ପାଇପ ଜଳଯୋଗାଣ ପ୍ରକଳ୍ପ, ୧୦୦ କୋଟି ଟଙ୍କା ବ୍ୟୟରେ ଭଦ୍ରକ ରିଂ ରୋଡ ନିର୍ମାଣ ପ୍ରକଳ୍ପ, ୪୮୦ କୋଟି ଟଙ୍କା ବ୍ୟୟରେ ଆଖୁଆପଦାଠାରେ ସମନ୍ୱିତ ନଦୀଗର୍ଭ ଜଳାଶୟ ପ୍ରକଳ୍ପ, ୧୬୪ କୋଟି ଟଙ୍କା ବ୍ୟୟରେ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତଥା ମେଡିକାଲ କଲେଜର ୧୦୦ ଶଯ୍ୟା ବିଶିଷ୍ଟ Super Speciality Hospital ନିର୍ମାଣ, ୪୭ କୋଟି ଟଙ୍କା ବ୍ୟୟରେ ବାସୁଦେବପୁରର ଚୂଡାମଣୀଠାରେ ବନ୍ଦର ନିର୍ମାଣ, ୪୧ କୋଟି ଟଙ୍କା ବ୍ୟୟରେ ପୁରୁଣା ବଜାରଠାରୁ ଗୁଜିଦରତା ଭାୟା ଭଦ୍ରକାଳୀ ମନ୍ଦିର ରାସ୍ତା ନିର୍ମାଣ ଏବଂ ୨୭ କୋଟି ଟଙ୍କା ବ୍ୟୟରେ ଧାମରା ଜେଟି ଉନ୍ନତିକରଣ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହିସବୁ ପ୍ରକଳ୍ପଗୁଡିକ ମଧ୍ୟ ଯଥା ଶୀଘ୍ର ଶେଷ କରିବା ପାଇଁ ସମ୍ପୃକ୍ତ ପଦାଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ।ଏହାପରେ ଶ୍ରୀ ପାଣ୍ଡିଆନ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ୨ଟି ଗୁରୁତ୍ୱପୂର୍ଣ୍ଣ ସେତୁ ଓ ଗୋଟିଏ ରେଳ ଓଭରବ୍ରିଜ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ।

ଏଗୁଡିକ ହେଲା – ଚାନ୍ଦବାଲିର ଧାନକଣିଆଠାରେ ୮୦ କୋଟି ଟଙ୍କା ବ୍ୟୟରେ ସାଳନ୍ଦି ନଦୀ ସେତୁ, ଭଣ୍ଡାରିପୋଖରୀସ୍ଥିତ କେନ୍ଦୁଆପଦାଠାରେ ରେଳ ଓଭରବ୍ରିଜ ନିର୍ମାଣ ଏବଂ ଚାନ୍ଦବାଲି ପଞ୍ଚୁଟିକିରିଠାରେ ମନ୍ତେଇ ନଦୀ ଉପରେ ୫୨ କୋଟି ଟଙ୍କା ବ୍ୟୟରେ ନିର୍ମାଣଧିନ ସେତୁ। ଏହିସବୁ ପ୍ରକଳ୍ପ କାର୍ଯ୍ୟ ଯଥା ଶୀଘ୍ର ଶେଷକରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ। ସୂଚନାଯୋଗ୍ୟ ଯେ ଗତ ଜୁନ୍‌ ୧୨ ତାରିଖରେ ଶ୍ରୀ ପାଣ୍ଡିଆନଙ୍କ ଭଦ୍ରକଗସ୍ତ ସମୟରେ ସ୍ଥାନୀୟ ବାସିନ୍ଦାମାନେ ଏହି ୩ଟି ପ୍ରକଳ୍ପପାଇଁ ଦାବୀ କରିଥିଲେ। ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପଗୁଡିକୁ ମଞ୍ଜୁର ଦେବା ପରେ ଜନଶୁଣାଣି ଭିତ୍ତିରେ ଏହି ୩ଟି ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଛି। ଉପରୋକ୍ତ ପ୍ରକଳ୍ପଗୁଡିକ ମଧ୍ୟରୁ ଅନେକ ପ୍ରକଳ୍ପ ୫-ଟି ଅଧ୍ୟକ୍ଷଙ୍କ ଭଦ୍ରକଗସ୍ତ ସମୟରେ ଜନଶୁଣାଣିରେ ମିଳିଥିବା ପ୍ରସ୍ତାବ ଓ ମତାମତ ଭିତ୍ତିରେ ଆସିଥିଲା ଏବଂ ଏସବୁ କାର୍ଯ୍ୟକାରୀ କରାଯାଉଛି। ଶ୍ରୀ ପାଣ୍ଡିଆନ ଆରଡି, ଅସୁରାଳି ଓ ଭଦ୍ରକ ମ୍ୟୁନିସିପାଲିଟି ଅଞ୍ଚଳରେ ସ୍ଥାନୀୟ ଜନସାଧାରଣଙ୍କ ସହ ମିଶି ଆଲୋଚନା କରିବା ସହିତ ସେମାନଙ୍କର ବିଭିନ୍ନ ସମସ୍ୟା ଓ ଅଭିଯୋଗ ପତ୍ର ଗ୍ରହଣ କରି ସେସବୁର ତୁରନ୍ତ ସମାଧାନ କରିବା ପାଇଁ ପ୍ରତିଶୃତି ଦେଇଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking