25.1 C
Bhubaneswar
Wednesday, February 11, 2026
Homeଦେଶ ବିଦେଶସୁରକ୍ଷାକର୍ମୀଙ୍କ ଗୁଳିରେ ୫ ଆତଙ୍କୀ ସଫା

ସୁରକ୍ଷାକର୍ମୀଙ୍କ ଗୁଳିରେ ୫ ଆତଙ୍କୀ ସଫା

ଜାମ୍ମୁ-କାଶ୍ମୀର : ଜାମ୍ମୁ-କାଶ୍ମୀରରେ ସେନାକୁ ବଡ଼ ସଫଳତା ମିଳିଛି। କୁଲଗାମ ଜିଲାରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଘଟିଥିବା ଗୁଳିବିନିମୟରେ ୫ ଆତଙ୍କୀ ନିପାତ ହୋଇଛନ୍ତି। ଏହି ଘଟଣାରେ ୨ ଜଣ ଯବାନ ଆହତ ହୋଇଛନ୍ତି। ସେମାନଙ୍କ ଶରୀରରେ ଗୁଳି ବାଜିଥିବାରୁ ସେମାନଙ୍କୁ ଚିକିତ୍ସା ପାଇଁ ନିକଟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, କୁଲଗାମ ଜିଲାର ବେହିବାଗ ଥାନା ଅନ୍ତର୍ଗତ କଦ୍ଦେର ଗାଁ ନିକଟ ଜଙ୍ଗଲରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ସୂଚନା ମିଳିବା ପରେ ସେନା ପକ୍ଷରୁ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଏହି ସମୟରେ ଆତଙ୍କବାଦୀ ଏବଂ ଯବାନଙ୍କ ମଧ୍ୟରେ ଗୁଳିବିନିମୟ ଘଟିଥିଲା, ଯେଉଁଥିରେ ୫ ଆତଙ୍କୀ ନିପାତ ହୋଇଥିଲେ। ଘଟଣା ପରେ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଅଧିକ ଜୋରଦାର କରାଯାଇଛି। ଘଟଣାସ୍ଥଳରୁ ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୋଳାବାରୁଦ ଜବତ ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking