29.1 C
Bhubaneswar
Sunday, February 15, 2026
Homeଓଡିଶାକପି ରୋକିବାକୁ ୫ସ୍ତରୀୟ ବ୍ୟବସ୍ଥା, ୪୫ ଦିନରେ ଆସିବ ଯୁକ୍ତ୨ ପରୀକ୍ଷା ଫଳ

କପି ରୋକିବାକୁ ୫ସ୍ତରୀୟ ବ୍ୟବସ୍ଥା, ୪୫ ଦିନରେ ଆସିବ ଯୁକ୍ତ୨ ପରୀକ୍ଷା ଫଳ

ଭୁବନେଶ୍ବର: ଯୁକ୍ତ ଦୁଇ ଥିଓରୀ ପରୀକ୍ଷା-୨୦୨୫ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ଆସନ୍ତା ୧୮ ତାରିଖ ଠାରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୩୦ଟି ଜିଲ୍ଲାର ୧୨୭୬ ସେଣ୍ଟରରେ ୩,୯୩,୬୧୮ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ସବୁ ସେଣ୍ଟରରେ ସିସିଟିଭି ବ୍ୟବସ୍ଥା ହୋଇଛି। ପରୀକ୍ଷାରେ ତ୍ରୁଟି ଶୂନ୍ୟ ପାଇଁ ବ୍ୟବସ୍ଥା କରାଯାଇଛି। ଯୁକ୍ତ ୨ ପରୀକ୍ଷା ସରିବାର ୪୫ ଦିନ ପରେ ରେଜଲ୍ଟ ପ୍ରକାଶ ପାଇବ। ଯେଉଁ ନିୟମ ରହିଛି ସେହି ଅନୁସାରେ ରେଜଲ୍ଟ ବାହାରିବ ବୋଲି ସିଏଚ୍‌ଏସ୍‌ଇ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ସିଏଚ୍‌ଏସ୍‌ଇ ପକ୍ଷରୁ କୁହାଯାଇଛି ଯେ, ଯୁକ୍ତ ୨ କଳା, ବିଜ୍ଞାନ ଓ ବାଣିଜ୍ୟରେ ମୋଟ୍‌ ୩,୯୩,୬୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ରାଜ୍ୟର ୧୨୭୬ଟି କେନ୍ଦ୍ରରେ ଏହି ପରୀକ୍ଷା ପୂର୍ବାହ୍‌ଣ ୧୦ଟାରୁ ଅପରାହ୍‌ଣ ୧ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପରୀକ୍ଷାରେ କପି ରୋକିବାକୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ସବୁ ପରୀକ୍ଷା କେନ୍ଦ୍ର ସିସିଟିଭି ସର୍ଭିଲାନ୍ସରେ ରହିବ। ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଯାଇଥିବାରୁ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ପାନୀୟ ଜଳର ବ୍ୟବସ୍ଥା କରାଯିବ। ଫେବ୍ରୁଆରି ୧୮ରୁ ଆରମ୍ଭ ହେବାକୁ ଥିବା ଯୁକ୍ତ୨ ଥିଓରି ପରୀକ୍ଷା ପାଇଁ ଚଳିତବର୍ଷ ଦୁଇଟି ପର୍ଯ୍ୟାୟରେ ପ୍ରଶ୍ନପତ୍ର ଓ ଉତ୍ତରଖାତାଗୁଡ଼ିକ ପରୀକ୍ଷା ପରିଚାଳନା ହବ୍‌(ଇଏମ୍‌ଏଚ୍‌)କୁ ପଠାଯିବ। ପରୀକ୍ଷା ହବ୍‌ଗୁଡ଼ିକର ସୁରକ୍ଷା ସହ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ହବ୍‌ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥରକ ହବ୍‌ ସଂଖ୍ୟା ୨୦୫କୁ ବୃଦ୍ଧି ହୋଇଛି। ସେଥିମଧ୍ୟରୁ ୨୦୪ଟି ଯୁକ୍ତ୨ କଲେଜ ତଥା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ସ୍ବୟଂଶାସିତ କଲେଜ, ବିଶ୍ବବିଦ୍ୟାଳୟରେ ହୋଇଥିବା ବେଳେ ଗୋଟିଏ ସବ୍‌-ଟ୍ରେଜେରିକୁ ହବ୍‌ ଭାବେ ଚିହ୍ନଟ କରାଯାଇଛି। ପ୍ରଶ୍ନପତ୍ର ଓ ଉତ୍ତର ଖାତା ପ୍ୟାକେଟ୍‌ ଗ୍ରହଣ ଓ ତାହାକୁ ପରୀକ୍ଷା କେନ୍ଦ୍ରକୁ ପଠାଇବା ଏବଂ ପରୀକ୍ଷା କେନ୍ଦ୍ରର ତଦାରଖ ଦିଗରେ ଇଏମ୍‌ଏଚ୍‌ଗୁଡ଼ିକ କାର୍ଯ୍ୟ କରିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking