ଭୁବନେଶ୍ୱର: ମହାରାଷ୍ଟ୍ରରୁ ଓଡ଼ିଶାକୁ ଆସିବେ ଆଉ ପାଞ୍ଚ ବାଘୁଣୀ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। ସେ କହିଛନ୍ତି, ବର୍ତ୍ତମାନ ଶିମିଳିପାଳରେ ଗୋଟିଏ ବାଘୁଣୀକୁ ଛଡ଼ା ଯାଇଛି। ଖୁବ କମ୍ ଦିନ ଭିତରେ ଶିମିଳିପାଳରେ ଆଉ ୫ ବାଘୁଣୀକୁ ଛଡ଼ାଯିବା ପାଇଁ ବ୍ୟବସ୍ଥା କରାଯାଉଛି। ଲୋକଙ୍କ ସହମତିରେ ଏହା କରାଯିବ। ଶିମିଳିପାଳରେ ୪୦ଟି ବାଘ ଅଛନ୍ତି। ସେମାନଙ୍କ ଵଂଶ ବୃଦ୍ଧି ଆବଶ୍ୟକ ହେଉଛି, ତେଣୁ ମହାରାଷ୍ଟ୍ରରୁ ଓଡ଼ିଶାକୁ ବାଘୁଣୀମାନଙ୍କୁ ଅଣାଯିବ ବୋଲି ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ କହିଛନ୍ତି।