ଭୁବନେଶ୍ବର: ରାଷ୍ଟ୍ରପତିଙ୍କ ଭୁବନେଶ୍ବର ଗସ୍ତ ନେଇ କମିଶନରେଟ୍ ପୋଲିସର ପ୍ରସ୍ତୁତି ଜୋରଦାର ରହିଛି। ରାଷ୍ଟ୍ରପତିଙ୍କ ଭୁବନେଶ୍ବର ଗସ୍ତ ପାଇଁ ନିୟୋଜିତ ହେବେ ୫୦ ପ୍ଲାଟୁନ୍ ପୋଲିସ ଫୋର୍ସ। ରାଜଭବନ ସମେତ ବିଭିନ୍ନ ଟ୍ରାଫିକ୍ ପୋଷ୍ଟରେ ସୁରକ୍ଷା ବ୍ୟବସ୍ଥା ରହିବ। ଆସନ୍ତାକାଲି କମିଶରନରେଟ୍ ପୋଲିସ ପକ୍ଷରୁ କାର୍କେଡ୍ ରିହର୍ସଲ୍ ହେବ। ଆସନ୍ତା ୧୪ରେ ଏମ୍ସ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି। ଏନେଇ ଭୁବନେଶ୍ବର ଡିସିପି ଜଗମୋହନ ମୀନା ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜୁଲାଇ ୧୪ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ଏହି ଦୁଇ ଦିନ ଗସ୍ତ ସମୟରେ ସେ ଏମ୍ସ ଭୁବନେଶ୍ୱର ଏବଂ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଜଣାଯାଇଛି । ଜୁଲାଇ ୧୪ରେ ଭୁବନେଶ୍ୱର ଏମ୍ସର ସମାବର୍ତ୍ତନ ଉତ୍ସବରେ ଯୋଗଦେବା ସହ ପରଦିନ, ଜୁଲାଇ ୧୫ରେ, ସେ ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏଥି ସହ ରାଷ୍ଟ୍ରପତି ଜୁଲାଇ ୧୫ ତାରିଖରେ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି ।








