29.1 C
Bhubaneswar
Friday, April 26, 2024
Homeଓଡିଶାବଡ଼ଖବର : ରାଜ୍ୟରେ ଆଉ ୫୧ ଜଣଙ୍କ ଜୀବନ ନେଲା ମହାମାରୀ କରୋନା, ସର୍ବାଧିକ ଖୋର୍ଦ୍ଧା

ବଡ଼ଖବର : ରାଜ୍ୟରେ ଆଉ ୫୧ ଜଣଙ୍କ ଜୀବନ ନେଲା ମହାମାରୀ କରୋନା, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ଓଡ଼ିଶାରେ କରୋନା ସମ୍ପୂର୍ଣ୍ଣ ଭାବେ କବଳିତ କରିସାରିଛି, ଏହା ଆଜିର ମୃତ୍ୟୁ ସଂଖ୍ୟାରୁ ପ୍ରମାଣିତ ହୋଇଛି । ରାଜ୍ୟରେ କରୋନା ସଂକ୍ରମଣ ପ୍ରାୟତଃ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୨୯୯ରେ ପହଞ୍ଚିଛି। ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବରଗଡ଼, ଢେଙ୍କାନାଳ ଓ ମୟୂରଭଞ୍ଜରୁ ୫ ଜଣ ଲେଖାଏଁ, କଟକ, ଯାଜପୁର, ନୟାଗଡ଼, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଭଦ୍ରକ, ଦେବଗଡ଼, ଗଞ୍ଜାମ, ଜଗତସିଂହପୁରରୁ ୨ ଜଣ ଲେଖାଏଁ, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ନବରଙ୍ଗପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଅନ୍ୟପଟେ, ରାଜ୍ୟରେ ଆଉ ୨୪୮୭ କରୋନା ସଂକ୍ରମିତ ଚିହ୍ନଟହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୨୭,୧୮୬କୁ ବୃଦ୍ଧି ପାଇଛି। ଜୁଲାଇ ୫ର ରିପୋର୍ଟ ଅନୁସାରେ, ରାଜ୍ୟରେ ୨୪୮୭ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୧୪୨୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କଣ୍ଟାକ୍ସ୍ ୧,୦୫୯ ରହିଛି। ଚିହ୍ନଟ ନୂଆ ହୋଇଥିବା ୨୪୮୭ କରୋନା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୭୯, ବାଲେଶ୍ୱରରୁ ୧୫୭, ବରଗଡ଼ରୁ ୨୨, ଭଦ୍ରକରୁ ୧୧୩, ବଲାଙ୍ଗିରରୁ ୧୬, ବୌଦ୍ଧରୁ ୧୨, କଟକରୁ ୪୨୨, ଦେବଗଡ଼ରୁ ୯, ଢେଙ୍କାନାଳରୁ ୫୯, ଗଜପତିରୁ ୧୧,

ଗଞ୍ଜାମରୁ ୧୪, ଜଗତସିଂହପୁରରୁ ୧୨୬, ଯାଜପୁରରୁ ୨୦୨, ଝାରସୁଗୁଡ଼ାରୁ ୧୨, କଳାହାଣ୍ଡିରୁ ୭, କନ୍ଧମାଳରୁ ୨୩, କେନ୍ଦ୍ରାପଡ଼ାରୁ ୮୭, କେନ୍ଦୁଝରରୁ ୬୮, ଖୋର୍ଦ୍ଧାରୁ ୪୦୭, କୋରାପୁଟରୁ ୫୨, ମାଲକାନଗିରିରୁ ୫୪, ମୟୂରଭଞ୍ଜରୁ ୧୦୩, ନବରଙ୍ଗପୁରରୁ ୨୩, ନୟାଗଡ଼ରୁ ୮୦, ନୂଆପଡ଼ାରୁ ୫, ପୁରୀରୁ ୧୫୪, ରାୟଗଡ଼ାରୁ ୨୬, ସମ୍ବଲପୁରରୁ ୨୬, ସୋନପୁରରୁ ୧୪, ସୁନ୍ଦରଗଡ଼ରୁ ୨୮ ଓ ଷ୍ଟେଟ୍‌ ପୁଲ୍‌ରୁ ୭୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୨୭,୧୮୬ରେ ପହଞ୍ଚି ଥିବାବେଳେ ୮,୯୪,୧୦୪ ଜଣ ସୁସ୍ଥ ହୋଇଛନ୍ତି। ତେବେ ଆକ୍ଟିଭ୍‌ କେସ୍‌-୨୮,୭୩୦ ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking