30.1 C
Bhubaneswar
Monday, May 20, 2024
Homeଓଡିଶାରାଜ୍ୟରେ ରେକର୍ଡ ଭାଙ୍ଗିଲା ମୃତ୍ୟୁ : ଆଜି ସର୍ବାଧିକ ୫୨ ଆକ୍ରାନ୍ତଙ୍କ ଜୀବନ ଗଲା

ରାଜ୍ୟରେ ରେକର୍ଡ ଭାଙ୍ଗିଲା ମୃତ୍ୟୁ : ଆଜି ସର୍ବାଧିକ ୫୨ ଆକ୍ରାନ୍ତଙ୍କ ଜୀବନ ଗଲା

ଭୁବନେଶ୍ୱର : ଭୟ ବଢ଼ାଉଛି ମୃତ୍ୟୁ ସଂଖ୍ୟା । ରାଜ୍ୟରେ ରେକର୍ଡ ଭାଙ୍ଗିଲା ମୃତ୍ୟୁ । ଦୈନିକ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୨୪୮କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କଳାହାଣ୍ଡି, ବରଗଡ଼, ପୁରୀ, ସୁନ୍ଦରଗଡ଼ ଓ ଗଞ୍ଜାମରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୪, କଟକ, କନ୍ଧମାଳ, ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ନୟାଗଡ଼, ନୂଆପଡ଼ାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୪୬୯୯ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ୨୮୦୩ ସଂକ୍ରମିତଙ୍କ ମଧ୍ୟରୁ ୧୫୯୭ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୨୦୬ ଜଣ ଅଛନ୍ତି ଲୋକାଲ୍‌ କେସ୍‌ ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking