ଭୁବନେଶ୍ୱର : ଖାଲିଥିବା ୫୨୪୮ ଏମବିବିଏସ ଡାକ୍ତରୀ ପଦବୀ ପୂରଣ ହେବ । ପଦବୀ ପୂରଣ ପାଇଁ ଲୋକସେବା ଆୟୋଗକୁ ଅନୁରୋଧ କରାଯାଇଛି । ୧୧୬ଟି ଦନ୍ତ ଚିକିତ୍ସକ ନିଯୁକ୍ତି ପାଇଁ ସୁପାରିଶ କରାଯାଇଛି । ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି । ତେବେ ଆଜି ବିଧାନସଭା ବଜେଟ ଅଧିବେଶନରେ ଗୃହ କାଯ୍ୟ ସୁରୁଖୁରୁରେ ଚାଲିଛି । ସବୁ ଜିଲ୍ଲାହସ୍ପିଟାଲରେ ଡେ କେୟାର ସେଣ୍ଟର ଓ କେମୋଥେରାପି ବ୍ୟବସ୍ଥା କରାଯିବ। ସାଟେଲାଇଟ ସେଣ୍ଟରର ଉଦ୍ଦେଶ୍ୟ ହେଉଛି, ଯେଉଁ ପୁରୁଣା ଭିତ୍ତିଭୂମି ଅଛି, ତାହା ବ୍ୟବହାର କରିବା ସହ ପ୍ରାଥମିକ ସ୍ୱାସ୍ଥ୍ୟ ସେବା ଯୋଗାଇବା | ଭଦ୍ରକ, ଝାରସୁଗୁଡା, ଢେଙ୍କାନାଳ, କେନ୍ଦ୍ରାପଡ଼ା, ସୁବର୍ଣ୍ଣପୁର, ଦେବଗଡ଼, କଳାହାଣ୍ଡି, ଯାଜପୁର ଓ ବୌଦ୍ଧରେ ସାଟେଲାଇଟ ସେଣ୍ଟର ଖୋଲିବାକୁ ପ୍ରସ୍ତାବ ଆସିଛି। ସାଟେଲାଇଟ ସେଣ୍ଟରରେ ଦଶଟି ଅବଜରଭେସନ ବେଡ଼ ରହିବ। ଜିଲ୍ଲା ହସ୍ପିଟାଲକୁ ରୋଗୀ ସ୍ଥାନାନ୍ତର ଲାଗି କ୍ୟାମ୍ପସରେ ୨୪ଘଣ୍ଟା ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯିବ।










