16.1 C
Bhubaneswar
Friday, January 28, 2022
Homeଓଡିଶାରାଜ୍ୟରେ ଆଜି ଆଉ ୫୨୭ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪କୁ ବୃଦ୍ଧି

ରାଜ୍ୟରେ ଆଜି ଆଉ ୫୨୭ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ବଢିଚାଲିଛି କରୋନା ରୋଗୀଙ୍କ ସଂଖ୍ୟା । ହୁ ହୁ ହୋଇ ପ୍ରତିଦିନ ଶହ ଶହ କରୋନା ପଜେଟିଭ ଚିହ୍ନଟ ହେଉଛନ୍ତି । ଆଜି ମଧ୍ୟ ରାଜ୍ୟରେ ୫୨୭ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ୫୨୭ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୩୩୮ଟି କେସ ରହିଥିବା ବେଳେ ଲୋକାଲ କଣ୍ଟାକ୍ଟ କେସ ୧୮୯ଟି ରହିଛି । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୬୨୪କୁ ବୃଦ୍ଧି ପାଇଛି । ଆଜି ଚିହ୍ନଟ ୫୨୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଗଂଜାମରୁ ସର୍ବାଧିକ ୨୧୫ ଜଣ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡରୁ ୭୮ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୫୦, ବାଲେଶ୍ୱରରୁ ୨୬, ଯାଜପୁରରୁ ୨୫, ବଲାଙ୍ଗୀରରୁ ୨୧, ନୟାଗଡରୁ ୧୮, କଟକରୁ ୧୭, ପୁରୀରୁ ୧୬, ମୟୁରଭଂଜରୁ ୧୦, କେନ୍ଦୁଝରରୁ ୭ ଓ କୋରାପୁଟ ଜିଲ୍ଲାରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କେନ୍ଦ୍ରାପଡା ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୫ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ତେବେ ମିଳିଥିବା ସୂଚନା ଅନୁଯାୟୀ, କୋରନା ସଂକ୍ରମଣରୁ ୬୭୦୩ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ କେସ ୩୮୬୦ ଟି ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ରାଜ୍ୟରେ ସଂକ୍ରମଣର ହାର ବଢୁଥିବାରୁ ସରକାରଙ୍କ ପାଇଁ ଚିନ୍ତା ବଢିଛି । ବେଶିମାତ୍ରାରେ ହସ୍ପିଟାଲରୁ ପଜେଟିଭ ଚିହ୍ନଟ ହେବା ମୁଣ୍ଡବିନ୍ଧାର କାରଣ ପାଲଟିଛି ।


 

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking