30.1 C
Bhubaneswar
Wednesday, April 24, 2024
Homeବ୍ରେକୀଙ୍ଗରାଜ୍ୟରେ ଆଉ ୫୪୩ ଆକ୍ରାନ୍ତ ଚିହ୍ନଟ : ସର୍ବାଧିକ ଗଞ୍ଜାମ, ସଂଖ୍ୟା ଟପିଲା ୧୪ହଜାର

ରାଜ୍ୟରେ ଆଉ ୫୪୩ ଆକ୍ରାନ୍ତ ଚିହ୍ନଟ : ସର୍ବାଧିକ ଗଞ୍ଜାମ, ସଂଖ୍ୟା ଟପିଲା ୧୪ହଜାର

ଭୁବନେଶ୍ୱର : ରାଜ୍ୟରେ ଆଉ ୫୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪ହଜାର ୨୮୦କୁ ବୃଦ୍ଧିପାଇଛି । ଚିହ୍ନଟ ହୋଇଥିବା ୫୪୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୫୪ ଜଣ ଆକ୍ରାନ୍ତ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୮୯ଜଣ ଆକ୍ରାନ୍ତ ସ୍ଥାନୀୟ ମାମଲା ବୋଲି ଜଣାପଡ଼ିଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ସୂଚନାଯୋଗ୍ୟ, ଆଜି ୨୩ଟି ଜିଲ୍ଲାରୁ ୫୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮୮ଜଣ ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୮୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାେବେଳ କଟକରୁ ୩୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ରାୟଗଡ଼ାରୁ ୨୪, ଗଜପତିରୁ ୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କେନ୍ଦୁଝର ଓ ମୟୁରଭଞ୍ଜରୁ ୨୨ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୫୨ଜଣ, ଜଗତସିଂହପୁର ୧୫, ମାଲକାନଗିରିରୁ ୧୧, ବାଲେଶ୍ୱରରୁ ୮, ବଲାଙ୍ଗୀରରୁ ୫ ଓ ବୌଦ୍ଧରୁ ୭ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ବରଗଡ଼ରୁ ୩, ଝାରସୁଗୁଡ଼ାରୁ ୬, କେନ୍ଦ୍ରାପଡ଼ାରୁ ୧୦, ପୁରୀରୁ ୭, ସମ୍ବଲପୁରୁ ଓ ଢ଼େଙ୍କାନାଳରୁ ୨ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳ, ଭଦ୍ରକ, ଯାଜପୁର ଓ ନୟାଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୨୮୦କୁ ବୃଦ୍ଧିପାଇଛି । ସେଥିମଧ୍ୟରୁ ୭୪ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୯ହଜାର ୨୫୫ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେଣିଛନ୍ତି । ଅନ୍ୟ ୪ହଜାର ୯୨୯ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି । ସେହିପରି ୨୨ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲେ ମଧ୍ୟ ସେମାନେ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking