40.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ ଆଉ ୫୮ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଆଉ ୫୮ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ନିୟମନ୍ତ୍ରକୁ ଆସିଥିଲେ ବି ମୃତ୍ୟୁ ସଂଖ୍ୟା ରେକର୍ଡସ୍ତରରେ ରହୁଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁ ସଂଖ୍ୟାରେ ରୋକ୍ । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮ ଜଣଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫ ହଜାର ୧୧୬କୁ ବୃଦ୍ଧି ପାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୯ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବରଗଡ଼ରୁ ୭, ଗଞ୍ଜାମରୁ ୫, ବଲାଙ୍ଗିରରୁ ୪, ବାଲେଶ୍ୱର, କଟକ, ପୁରୀ ଓ ସମ୍ବଲପୁରରୁ ୩ ଜଣ ଲେଖାଏଁ, ଅନୁଗୁଳ, ଭଦ୍ରକ ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁ ପରଣ କରିଛନ୍ତି। ଏହା ସହ ବୌଦ୍ଧ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking