27.1 C
Bhubaneswar
Sunday, September 29, 2024
Homeଓଡିଶା5T ସଚିବଙ୍କ ବେଦବ୍ୟାସ ପୀଠ ପରିଦର୍ଶନ

5T ସଚିବଙ୍କ ବେଦବ୍ୟାସ ପୀଠ ପରିଦର୍ଶନ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T  ଭି କେ ପାଣ୍ଡିଆନ୍ ଆଜି ରାଉରକେଲା ନିକଟସ୍ଥ ବେଦବ୍ୟାସ ପୀଠ ପରିଦର୍ଶନ କରିଥିଲେ. 5T ଉପକ୍ରମ ରେ ପୀଠର ବିକାଶ ସମ୍ପର୍କରେ ଟ୍ରଷ୍ଟ ବୋର୍ଡ ର ସଭ୍ୟ .ସେବାୟତ ,ଏବଂ ସ୍ଥାନୀୟ ଜନସାଧାରଣଙ୍କ ସହ ଶ୍ରୀ ପାଣ୍ଡିଆନ୍ ଆଲୋଚନା କରି ଥିଲେ ।  ପନ୍ଦର ଦିନ ମଧ୍ୟରେ ଏ ସମ୍ପର୍କରେ ଏକ ବିସ୍ତ୍ରୁତ ଯୋଜନା ପ୍ରସ୍ତୁତ କରି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରିବାକୁ ଜିଲ୍ଲାପାଳଙ୍କୁ ଶ୍ରୀ ପାଣ୍ଡିଆନ୍ କହିଥିଲେ ।ଏହି ଆଲୋଚନାରେ ମୁଖ୍ୟତଃ ସ୍ଵର୍ଗଦ୍ଵାରର ବିକାଶ , ନଦୀ ସମୁଖ ଭାଗ ର ଉନ୍ନତିକରଣ, ଯାତ୍ରୀ ମାନଙ୍କ ପାଇଁ ବିଭିନ୍ନ ଭିତ୍ତିଭୂମି ସୁବିଧା ର ବିକାଶ ,ଯାତ୍ରୀ ନିବାସ ନିର୍ମାଣ ଏବଂ light and sound show ବ୍ୟବସ୍ଥା ଉପରେ ଆଲୋକପାତ କରାଯାଇଥିଲା । ବେଦ ବ୍ଯାସ ଓଡ଼ିଶାର ଏକ ପ୍ରମୁଖ ତୀର୍ଥ ସ୍ଥାନ. ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ଯାତ୍ରୀ ଏ ପୀଠ କୁ ଆସିଥାନ୍ତି । .ତେଣୁ ଏ ପୀଠର ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ନିଷ୍ଠାର ସହ ଉଦ୍ୟମ ଜାରି ରଖିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ୍ ପ୍ରକାଶ କରିଥିଲେ । ଏ ପୀଠର ରୂପାନ୍ତର କରି ଏହାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସରକାରଙ୍କ ଉଦ୍ୟମ ଜାରି ରହିବ ବୋଲି ସେ କହିଥିଲେ । ଏହି ପରିଦର୍ଶନ ସମୟରେ ସୁନ୍ଦରଗଡ଼ ଜିଲ୍ଲାପାଳ ଶ୍ରୀ ପରାଗ ଗଭାଲି ରାଉରକେଲା Municipal commisioner ଶ୍ରୀ ଶୁଭଙ୍କର ମହାପାତ୍ର ପ୍ରମୂଖ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking