28.1 C
Bhubaneswar
Saturday, April 27, 2024
Homeଓଡିଶାରାଜ୍ୟରେ ଆଉ ୬ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଆଉ ୬ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ୬ କରୋନା ଅକ୍ରାାନ୍ତ ଆଖି ବୁଜିଛନ୍ତି। ମୃତକଙ୍କ ମଧ୍ୟରେ ବାଲେଶ୍ୱର ଓ ପୁରୀରୁ ୨ ଲେଖାଏଁ, କଟକ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୯୮ରେ ପହଞ୍ଚିଛି।

ଅନ୍ୟପକ୍ଷରେ, ରାଜ୍ୟରେ ୬୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୧୦୩ ଚିହ୍ନଟ ହୋଇଥିବା ବେଳେ ସଙ୍ଗରୋଧରୁ ୩୮୧ ଏବଂ ସ୍ଥାନୀୟ ଅଞ୍ଚଳରୁ ୨୬୮ ଜଣ ଚିହ୍ନଟ ହୋଇଛନ୍ତି । ପିଲା ମାନଙ୍କୁ ଭାଇରସ ବ୍ୟାପୁଥିବାରୁ ଭୟ ବଢିଛି । ଖୋର୍ଦ୍ଧାରୁ ସର୍ବାଧିକ ୨୩୫ଟି ସଂକ୍ରମଣ ମାମଲା ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୯, ବାଲେଶ୍ୱରରୁ ୩୭, ବରଗଡ଼ରୁ ୨, ଭଦ୍ରକରୁ ୬, ବଲାଙ୍ଗିରରୁ ୫, ବୌଦ୍ଧରୁ ୧, କଟକରୁ ୮୪, ଦେବଗଡ଼ରୁ ୧, ଢେଙ୍କାନାଳରୁ ୨, ଗଜପତିରୁ ୧, ଗଞ୍ଜାମରୁ ୫, ଜଗତସିଂହପୁରରୁ ୩୭, ଯାଜପୁରରୁ ୩୦, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୨, କନ୍ଧମାଳରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି କେନ୍ଦ୍ରାପଡ଼ାରୁ ୨୪, କେନ୍ଦୁଝରରୁ ୯, କୋରାପୁଟରୁ ୫, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୩୦, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୬, ନୂଆପଡ଼ାରୁ ୨, ପୁରୀରୁ ୧୭, ରାୟଗଡ଼ାରୁ ୩, ସମ୍ବଲପୁରରୁ ୯, ସୁନ୍ଦରଗଡ଼ରୁ ୨୫ ଓ ଷ୍ଟେଟପୁଲରୁ ୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୩୬୨କୁ ବୃଦ୍ଧି ପାଇଛି । ୧ ଲକ୍ଷ ୧ ହଜାର ୨୫୪ ଜଣ କରୋନାରୁ ସୁସ୍ଥ ହୋଇଥିବା ବେଳେ ଏବେ ୬ ହଜାର ୯୫୭ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking