40.1 C
Bhubaneswar
Thursday, April 25, 2024
Homeଓଡିଶାଆଜି ରାଜ୍ୟରୁ ଆଉ ୬ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଆଜି ରାଜ୍ୟରୁ ଆଉ ୬ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର : ରାଜ୍ୟରେ ସଂପ୍ରତି କରୋନାର ସ୍ଥିତି ସ୍ଥିର ରହିଛି । ଫଳରେ ମୃତ୍ୟୁସଂଖ୍ୟା, ଆକ୍ଟିଭ କେସ, ଆଇସିୟୁ ସଂଖ୍ୟା, ହସ୍ପିଟାଲାଇଜେସନ ସଂଖ୍ୟା କମୁଛି । ଯାହାକି ରାଜ୍ୟ ପାଇଁ ଆଶ୍ୱସ୍ତିକର ବିଷୟ ବୋଲି ଡାକ୍ତରମାନେ ମତ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଦୈନିକ ସଂକ୍ରମଣ ଏକ ହଜାର ତଳକୁ ରହୁଥିବା ବେଳେ ଭୁବନେଶ୍ୱର ଓ କଟକରେ ସାମାନ୍ୟ ଅଧିକ ରହୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୧୪୧କୁ ବୃଦ୍ଧି ପାଇଛି । ସମ୍ବଲପୁରରୁ ୨ ଜଣ, ନୟାଗଡ଼ କଟକ, ବୌଦ୍ଧ ଓ ବାଲେଶ୍ୱରରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଜି ରାଜ୍ୟରୁ ୫୧୦ କରୋନା ପଜିଟିଭ୍ ଚିହ୍ନଟ : ଜାଣନ୍ତୁ କେଉଁଠୁ କେତେ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking