29.1 C
Bhubaneswar
Sunday, May 5, 2024
Homeଓଡିଶାରାଜ୍ୟରେ ଆଉ ୬ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଆଉ ୬ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର : ରାଜ୍ୟରେ ସଂପ୍ରତି କରୋନାର ସ୍ଥିତି ସ୍ଥିର ରହିଛି । ଫଳରେ ମୃତ୍ୟୁସଂଖ୍ୟା, ଆକ୍ଟିଭ କେସ, ଆଇସିୟୁ ସଂଖ୍ୟା, ହସ୍ପିଟାଲାଇଜେସନ ସଂଖ୍ୟା କମୁଛି । ଯାହାକି ରାଜ୍ୟ ପାଇଁ ଆଶ୍ୱସ୍ତିକର ବିଷୟ ବୋଲି ଡାକ୍ତରମାନେ ମତ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଦୈନିକ ସଂକ୍ରମଣ ଏକ ହଜାର ତଳକୁ ରହୁଥିବା ବେଳେ ଭୁବନେଶ୍ୱର ଓ କଟକରେ ସାମାନ୍ୟ ଅଧିକ ରହୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୧୬୩କୁ ବୃଦ୍ଧି ପାଇଛି । କଟକ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଅନ୍ୟପକ୍ଷରେ, ଆଜି ୫୩୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୧୬ ଓ ସ୍ଥାନୀୟ ଅଞ୍ଚଳରୁ ୨୨୩ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୭ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନୁଗୁଳରୁ ୬, ବାଲେଶ୍ୱରରୁ ୨୩, ବରଗଡ଼ରୁ ୨, ଭଦ୍ରକରୁ ୧୨, କଟକରୁ ୪୮, ଦେବଗଡ଼ରୁ ୪, ଢେଙ୍କାନାଳରୁ ୪, ଗଞ୍ଜାମରୁ ୧, ଜଗତସିଂହପୁରରୁ ୩୧, ଯାଜପୁରରୁ ୧୭, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି କୋରାପୁଟରୁ ୩, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୧୩, ନୟାଗଡ଼ରୁ ୫, ପୁରୀରୁ ୧୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୨, ସୋନପୁରରୁ ୫ ଓ ଷ୍ଟେଟପୁଲରୁ ୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୧୩୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୯ ହଜାର ୮୮ ରହିଥିବା ବେଳେ ୫ ହଜାର ୮୨୯ ଜଣ ଚିକିତ୍ସିତ ହେଉଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking