43.9 C
Bhubaneswar
Friday, April 19, 2024
Homeଓଡିଶାରାଜ୍ୟରେ ଆଉ ୬ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଆଉ ୬ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର : ରାଜ୍ୟରେ ସଂପ୍ରତି କରୋନାର ସ୍ଥିତି ସ୍ଥିର ରହିଛି । ଫଳରେ ମୃତ୍ୟୁସଂଖ୍ୟା, ଆକ୍ଟିଭ କେସ, ଆଇସିୟୁ ସଂଖ୍ୟା, ହସ୍ପିଟାଲାଇଜେସନ ସଂଖ୍ୟା କମୁଛି । ଯାହାକି ରାଜ୍ୟ ପାଇଁ ଆଶ୍ୱସ୍ତିକର ବିଷୟ ବୋଲି ଡାକ୍ତରମାନେ ମତ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଦୈନିକ ସଂକ୍ରମଣ ଏକ ହଜାର ତଳକୁ ରହୁଥିବା ବେଳେ ଭୁବନେଶ୍ୱର ଓ କଟକରେ ସାମାନ୍ୟ ଅଧିକ ରହୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୨୬୧କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ଦୁଇଜଣ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରୁ ଜଣ ଲେଖାଏଁ ସଂକ୍ରମିତକଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରେ ଉପର ତଳ ହେଉଛନ୍ତି ସଂକ୍ରମଣ : ଆଜି ଆଉ ୫୨୯ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ….

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking