30.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗରାଜ୍ୟରେ ଆଉ ୬ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ସଂଖ୍ୟା ଟପିଲା ଶତକ

ରାଜ୍ୟରେ ଆଉ ୬ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ସଂଖ୍ୟା ଟପିଲା ଶତକ

ଭୁବନେଶ୍ୱର : ରାଜ୍ୟରେ ଆଉ ୬ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୩କୁ ବୃଦ୍ଧିପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଆଜି ଯେଉଁ ୬ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ସେଥିମଧ୍ୟରୁ ୫ଜଣ ପୁରୁଷ ଥିବାବେଳେ ଜଣେ ମହିଳା ଅଛନ୍ତି । କେନ୍ଦ୍ରାପଡ଼ାରୁ ଜଣେ ୬୩ବର୍ଷୀୟ ବୃଦ୍ଧ । କଟକରୁ ଜଣେ ୨୬ବର୍ଷୀୟ ଯୁବତୀ ମୃତ୍ୟୁବରଣ କରିଛନ୍ତି । ସେହିପରି ଗଜପତି ଜଣେ ୬୮ବର୍ଷୀୟ ବୃଦ୍ଧ ମୃତ୍ୟୁ ବରଣ କରିଛନ୍ତି । ଜଗତସିଂହପୁରରୁ ଜଣେ ୫୮ବର୍ଷୀୟ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧାରୁ ଜଣେ ୭୫ବର୍ଷୀୟ ବୃଦ୍ଧ ମୃତ୍ୟୁ ବରଣ କରିଛନ୍ତି । ସେହିପରି ରାୟଗଡ଼ାରୁ ଜଣେ ୭୫ବର୍ଷୀୟ ବୃଦ୍ଧ ମୃତ୍ୟୁ ବରଣ କରିଛନ୍ତି ।

ଅନ୍ୟପଟେ ଆଜି ରାଜ୍ୟରେ ଆଜି ୬୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪୩୧ଜଣ ଆକ୍ରାନ୍ତ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୨୧୬ଜଣ ସ୍ଥାନୀୟ ମାମାଲା ବୋଲି ଜଣାପଡ଼ିଛି । ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮ହଜାର ୭୫୭କୁ ବୃଦ୍ଧିପାଇଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking