30.1 C
Bhubaneswar
Saturday, May 18, 2024
Homeଦେଶ ବିଦେଶଗାଡି ଦୁର୍ଘଟଣାରେ ଗୋଟିଏ ପରିବାରର ୬ ଜଣଙ୍କ ମୃତ୍ୟୁ

ଗାଡି ଦୁର୍ଘଟଣାରେ ଗୋଟିଏ ପରିବାରର ୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ରବିବାର ପୁଣି ଏକ ଭୟ‌ାବହ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୬ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଆଜି ସକାଳ ୭ଟା ସମୟରେ ସୱାଇ ମାଧୋପୁର ଜିଲ୍ଲାର ବୋନଲି ପୁଲିସ ଷ୍ଟେସନ ପରିସରରେ ଥିବା ରଣଥମ୍ଭୋରରେ ଅବସ୍ଥିତ ତ୍ରିନେତ୍ର ଗଣେଶଜୀଙ୍କ ଦର୍ଶନ କରିବାକୁ ଯାଉଥିବା  ବେ‌ଳେ ଭକ୍ତଙ୍କ କାର ଏକ ଅଜ୍ଞାତ ଗାଡି ସହିତ ଧକ୍କା ହୋଇଥିଲା। ଏହି ଧକ୍କାରେ କାରରେ ଥିବା ୬ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଛି। ଏଥିସହିତ ମୃତ ଓ ଦୁଇ ଆହତଶିଶୁଙ୍କ ପରିଚୟ ଜାଣିବା ପାଇଁ ପୁଲିସ ଉଦ୍ୟମ ଚଳାଇଛି।

ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ ସେଠାକାର ପରିସ୍ଥିତି ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲା। ପୁଲିସ ସମସ୍ତ ମୃତଦେହକୁ ଘଟଣାସ୍ଥଳରୁ ଉଦ୍ଧାର କରି  ସ୍ଥାନୀୟ ଡାକ୍ତରଖାନାକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। ଦୁର୍ଘଟଣାରେ ଗୋଟିଏ ପରିବାରର ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଶିଶୁ ସୌଭାଗ୍ୟବଶତଃ ଜୀବିତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking