40.1 C
Bhubaneswar
Saturday, April 27, 2024
Homeଦେଶ ବିଦେଶଯବାନଙ୍କ ଗୁଳିରେ ୬ ମାଓବାଦୀ ସଫା

ଯବାନଙ୍କ ଗୁଳିରେ ୬ ମାଓବାଦୀ ସଫା

ରାୟପୁର: ଛତିଶଗଡର ବିଜାପୁର ଜିଲ୍ଲାରେ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ୬ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ପୁଲିସ କହିଛି ଯେ ଆଜି ସକାଳେ ବିଜାପୁର ଜିଲ୍ଲାରେ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଆଉ ଏହି ସମୟରେ ସୁରକ୍ଷାକର୍ମୀଙ୍କ ସହ ଏନକାଉଣ୍ଟରରେ ଜଣେ ମହିଳାଙ୍କ ସମେତ ୬ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ସୂଚନାନୁସାରେ, ବିଜାପୁର ଜିଲ୍ଲାର ଚିକୁରବତି-ପୁସବାକା ନିକଟ ଜଙ୍ଗଲ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିଲା। ବସ୍ତର ରେଞ୍ଜ ଇନ୍ସପେକ୍ଟର ଜେନେରାଲ ସୁନ୍ଦରରାଜ ପି କହିଛନ୍ତି ଯେ ସୁରକ୍ଷାକର୍ମୀଙ୍କ ମିଳିତ ଟିମ୍ ନକ୍ସଲ ବିରୋଧୀ ଅପରେସନ ଆରମ୍ଭ କରିଥିଲା ।

ଆଉ ଏହି ସମୟରେ ନକ୍ସଲମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ । ଏହାର ପାଲଟା ଜବାବ ଦେବାକୁ ଯବାନମାନେ ମଧ୍ୟ ଅପରେସନ ଆରମ୍ଭ କରିଥିଲେ । ଏହି ଏନକାଉଣ୍ଟର ବାସାଗୁଡା ପୁଲିସ ଷ୍ଟେସନ ଅଧୀନରେ ଥିବା ଚିକୁରବତି-ପୁସବାକା ନିକଟ ଜଙ୍ଗଲରେ ହୋଇଥିଲା। ସେ କହିଛନ୍ତି ଯେ ଏହି ଅପରେସନରେ ଡିଆରଜି, ସିଆରପିଏଫ ୨୨୯, କୋବ୍ରା ଟିମ୍ ସାମିଲ ହୋଇଥିଲେ । ସେ କହିଛନ୍ତି ଯେ ଏନକାଉଣ୍ଟର ଶେଷ ହେବା ପରେ ଘଟଣାସ୍ଥଳରୁ ଜଣେ ମହିଳାଙ୍କ ସମେତ ୬ ଜଣ ନକ୍ସଲଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବର୍ତ୍ତମାନ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ୍ ଚାଲିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking