30.1 C
Bhubaneswar
Wednesday, April 24, 2024
Homeବ୍ରେକୀଙ୍ଗଆଜି ଆଉ ୬ ଆକ୍ରାନ୍ତଙ୍କ ମୃତ୍ୟୁ

ଆଜି ଆଉ ୬ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୭୭୧କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେହିଭଳି ବାଲେଶ୍ୱର, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟରେ ଆଜି ଆଉ ୩୯୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ମାତ୍ର ସଂକ୍ରମଣ କିନ୍ତୁ ଜାରି ରହିଛି । ଏହାରି ଭିତରେ ରାଜ୍ୟରେ ଆଜି ଆଉ ୩୯୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୩୯୩ ଜଣଙ୍କ ମଧ୍ୟରୁ କ୍ୱାରଣ୍ଟିନରୁ ୨୨୯ ଜଣ ରହିଥିବା ବେଳେ ଲୋକାଲ କଣ୍ଟାକ୍ଟ କେସ ୧୬୪ଟି ରହିଛି । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୧ ହଜାର ୧୯୬କୁ ବୃଦ୍ଧି ପାଇଛି । ସମୁଦାୟ ୩ ଲକ୍ଷ ୧୫ ହଜାର ୨୭୦ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ କେସ ୪୧୦୨ଟି ରହିଛି । ଖୋର୍ଦ୍ଧାରୁ ସର୍ବାଧିକ ୪୯ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡରୁ ୪୫, ମୟୁରଭଂଜରୁ ୩୨ ଜଣ ଚିହ୍ନଟ ହୋଇଛନ୍ତି ।

 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking