27.8 C
Bhubaneswar
Friday, April 19, 2024
Homeଓଡିଶାଆଉ ୬ ମୁଣ୍ଡ ନେଲା କରୋନା, ରାଜ୍ୟରେ ମୃତ୍ୟୁ ସଂଖ୍ୟା ଛୁଇଁଲା ୪୮

ଆଉ ୬ ମୁଣ୍ଡ ନେଲା କରୋନା, ରାଜ୍ୟରେ ମୃତ୍ୟୁ ସଂଖ୍ୟା ଛୁଇଁଲା ୪୮

ଭୁବନେଶ୍ୱର: ଘାତକ ସାଜିଛି ମହାମାରୀ କରୋନା । ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଇ ଚାଲିଛି ଏହି ମହାମାରୀ । ଆଜି ରାଜ୍ୟରେ ଆଉ ୬ ଜଣଙ୍କର ମୃତ୍ୟୁ ହୋଇଛି । ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି । ଗଂଜାମରେ ପୁଣି ୩ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୨୭କୁ ବୃଦ୍ଧି ପାଇଥିବା ସୂଚନା ମିଳିଛି । ସେହିଭଳି କେନ୍ଦ୍ରାପଡା, ଖୋର୍ଦ୍ଧା ଓ ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଗଂଜାମ ମୃତକ ହେଉଛନ୍ତି ୬୪ ଓ ୫୬ ବର୍ଷୀୟ ପୁରୁଷ ଏବଂ ୫୦ ବର୍ଷୀୟା ମହିଳା । କେନ୍ଦ୍ରାପଡାରୁ ଜଣେ ୪୯ ବର୍ଷୀୟ ପୁରୁଷ ଆକ୍ରାନ୍ତ ଜଣଙ୍କର ମୃତ୍ୟୁ ହୋଇଛି । ଭୁବନଶ୍ୱରର ୫୫ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅନ୍ୟପଟେ ରାୟଗଡାର ମୃତକ ଜଣକ ଜଣେ ୮୦ ବର୍ଷୀୟ ବୃଦ୍ଧ ବୋଲି ଜଣାପଡିଛି । ତେବେ ଖୋର୍ଦ୍ଧାରୁ ଅନ୍ୟ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁର କାରଣ ଭିନ୍ନ ଦର୍ଶାଇଛନ୍ତି ସରକାର ।
ଆଜି ମଧ୍ୟ ରାଜ୍ୟରେ ୫୨୭ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ୫୨୭ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୩୩୮ଟି କେସ ରହିଥିବା ବେଳେ ଲୋକାଲ କଣ୍ଟାକ୍ଟ କେସ ୧୮୯ଟି ରହିଛି । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୬୨୪କୁ ବୃଦ୍ଧି ପାଇଛି । ଆଜି ଚିହ୍ନଟ ୫୨୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଗଂଜାମରୁ ସର୍ବାଧିକ ୨୧୫ ଜଣ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡରୁ ୭୮ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୫୦, ବାଲେଶ୍ୱରରୁ ୨୬, ଯାଜପୁରରୁ ୨୫, ବଲାଙ୍ଗୀରରୁ ୨୧, ନୟାଗଡରୁ ୧୮, କଟକରୁ ୧୭, ପୁରୀରୁ ୧୬, ମୟୁରଭଂଜରୁ ୧୦, କେନ୍ଦୁଝରରୁ ୭ ଓ କୋରାପୁଟ ଜିଲ୍ଲାରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କେନ୍ଦ୍ରାପଡା ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୫ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking