ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ଵରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମାଧ୍ୟମରେ ଚାଲିଥିବା ଉନ୍ନତ୍ତମାନର ସାର୍ବଜନୀନ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନିରନ୍ତର ବିକାଶ ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ସ୍ବାସ୍ଥ୍ୟ ଯୋଜନା ଏବଂ ମେଡ଼ିକାଲ୍ କଲେଜ ଓ ହସ୍ପିଟାଲରେ ୬ ଜଣ ନୂଆ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଇଛନ୍ତି ।
କ୍ୟାପିଟାଲ୍ ହସ୍ପିଟାଲର ସୁପରିଚାଳନା ଓ ବିକାଶ ପାଇଁ ସଂଜୟ ସେଠୀଙ୍କୁ ନିଯୁକ୍ତି ଦିଆଯାଇଛି । ସେହିପରି ପୁଷ୍ପାଞ୍ଜଳି ରଣା, କେ. ଶାନ୍ତି ଓ ରଂଜନ ବିଶ୍ବାଳଙ୍କୁ ଯଥାକ୍ରମେ ବି.ଏସ୍.କେ.ୱାଇ; ଏମ୍.କେ.ସି.ଜି. ମେଡ଼ିକାଲ୍ କଲେଜ ଓ ହସ୍ପିଟାଲ ବରହମପୁର ଏବଂ ନିରାମୟ ଯୋଜନାର ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଛି ।