35.1 C
Bhubaneswar
Monday, April 27, 2026
Homeଓଡିଶାବ୍ରହ୍ମଗିରି ଅଞ୍ଚଳରେ ୬ ବର୍ଷର ନାବାଳିକାକୁ ଦୁଷ୍କର୍ମ ଘଟଣା; ରାଜ୍ୟରେ ମହିଳା ଓ ଶିଶୁଙ୍କ ସୁରକ୍ଷା...

ବ୍ରହ୍ମଗିରି ଅଞ୍ଚଳରେ ୬ ବର୍ଷର ନାବାଳିକାକୁ ଦୁଷ୍କର୍ମ ଘଟଣା; ରାଜ୍ୟରେ ମହିଳା ଓ ଶିଶୁଙ୍କ ସୁରକ୍ଷା ବିପର୍ଯ୍ୟସ୍ତ: ବିଜେଡି

ଭୁବନେଶ୍ୱର: ପୁରୀ ଜିଲ୍ଲାର ବ୍ରହ୍ମଗିରି ଅଞ୍ଚଳରେ ଜଣେ ୬ ବର୍ଷର ଶିଶୁକୁ ଦୁଷ୍କର୍ମ ହୋଇଥିବା ଘଟଣା ଲୋକଲୋଚନକୁ ଆସିବା ପରେ, ରାଜ୍ୟରେ ମହିଳା ଓ ଶିଶୁଙ୍କ ସୁରକ୍ଷା ବିପର୍ଯ୍ୟସ୍ତ ହୋଇପଡିଛି ବୋଲି ଅଭିଯୋଗ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜୁ ଜନତା ଦଳ ।ବିଜୁ ଜନତା ଦଳର ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ସଞ୍ଜୟ ଦାସବର୍ମା ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବ୍ରହ୍ମଗିରି ଅଞ୍ଚଳରେ ୬ ବର୍ଷର ଶିଶୁକୁ ଦୁଷ୍କର୍ମ ଘଟଣାରେ ଉଦ୍ବେଗ ପ୍ରକାଶ କରିଛନ୍ତି । ଶ୍ରୀ ଦାସବର୍ମା କହିଥିଲେ, ରାଜ୍ୟରେ ମହିଳା ଓ ଶିଶୁଙ୍କ ସୁରକ୍ଷା ଦିନକୁ ଦିନ ବିପର୍ଯ୍ୟସ୍ତ ହେବାରେ ଲାଗିଛି । ଏହାକୁ ନେଇ ବିଜେଡି ଓ ଅନ୍ୟ ବିରୋଧୀ ଦଳ ମାନେ ବାରମ୍ୱାର ସ୍ୱର ଉତ୍ତୋଳନ କରିଆସୁଥିଲେ ମଧ୍ୟ ସରକାର ବିହିତ କାର୍ଯ୍ୟାନୁଷ୍ଠାନ ନେବାରେ ସଫଳ ହୋଇନାହାନ୍ତି । ରାଜ୍ୟର ପର୍ଯ୍ୟଟନସ୍ଥଳୀ ଗୁଡିକରେ ଏଭଳି ଘଟଣାମାନ ବାରମ୍ୱାର ଦେଖିବାକୁ ମିଳୁଛି । ବ୍ରହ୍ମଗିରି ଅଞ୍ଚଳରେ ଥିବା ଚିଲିକା ଅନ୍ୟ ଏକ ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ । ଏହିଭଳି ଘଟଣା ଦ୍ୱାରା ରାଜ୍ୟର ପର୍ଯ୍ୟଟନ ବିକାଶ ଉପରେ ନକାରାତ୍ମକ ପ୍ରଭାବ ପଡୁଛି । ତେଣୁ ଏହି ଘଟଣାକୁ ଗୁରୁତର ସହ ନେଇ ପୋଲିସ ତୁରନ୍ତ ଅଭିଯୁକ୍ତକୁ ଗିରଫ କରିବା ସହିତ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯାଉ ।ଶ୍ରୀ ଦାସବର୍ମା କହିଥଲେ, ଘଟଣା ସମ୍ୱନ୍ଧରେ ସମସ୍ତ ବିବରଣୀ ସଂଗ୍ରହ କରିବା ପାଇଁ ବିଜେଡିର ଏକ ପ୍ରତିନିଧି ମଣ୍ଡଳୀ ଘଟଣାସ୍ଥଳକୁ ଯାଇ ଓ ପୀଡ଼ିତାଙ୍କୁ ଭେଟି ସମସ୍ତ ତଥ୍ୟ ସଂଗ୍ରହ କରିବ । ଏହାପରେ ବିଜେଡି ତାର ମତ ରଖିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking