ଭୁବନେଶ୍ୱର : ଉତ୍କର୍ଷ ଓଡିଶା ପାଇଁ ମୁତୟନ ହେବେ ୬୦ ପ୍ଲାଟୁନ ପୁଲିସ ଫୋର୍ସ । ଏନେଇ ଭୁବନେଶ୍ୱର ଡିସିପି ପିନାକ ମିଶ୍ର ସୋମବାର ସୂଚନା ଦେଇଛନ୍ତି। ବିଭିନ୍ନ ରାଙ୍କ୍ର ୪୦୦ରୁ ଅଧିକ ଅଧିକାରୀ ମୁତୟନ ହେବେ । ପ୍ରଧାନମନ୍ତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ଜନତା ମଇଦାନରେ ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛି ପୁଲିସ, ବୋମା ନିଷ୍କ୍ରିୟ ଦଳ ଓ ସନ୍ଧାନୀ କୁକୁର। ଜନତା ମଇଦାନରେ ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଜନତା ମଇଦାନରେ ଜାନୁଆରୀ ୨୮ ଓ ୨୯ ଦୁଇ ଦିନ ଧରି ଉତ୍କର୍ଷ ଓଡିଶା :ମେକ ଇନ ଓଡିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଦେଶର ଶ୍ରେଷ୍ଠ ୫ଟି ଅର୍ଥନୀତି ରାଜ୍ୟ ମଧ୍ୟରେ ଓଡିଶାର ସ୍ଥାନ ପାଇବାର ଲକ୍ଷ୍ୟ ନେଇ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।