29.1 C
Bhubaneswar
Tuesday, May 7, 2024
Homeଓଡିଶାବଡ଼ଖବର : ରାଜ୍ୟରେ ଆଜି ରେକର୍ଡ ଭାଙ୍ଗିଲା କରୋନା ମୃତ୍ୟୁ ସଂଖ୍ୟା, ନେଲା ୬୧ ଜୀବନ,...

ବଡ଼ଖବର : ରାଜ୍ୟରେ ଆଜି ରେକର୍ଡ ଭାଙ୍ଗିଲା କରୋନା ମୃତ୍ୟୁ ସଂଖ୍ୟା, ନେଲା ୬୧ ଜୀବନ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ଆଜି ରାଜ୍ୟରେ କରୋନା ମୃତ୍ୟୁ ରେକର୍ଡ ପାର କରିଛି । ଗତ ଚାରିଦିନ ହେଲା କରୋନାରେ ୫୦ରୁ ଅଧିକ ଲୋକ ମୃତ୍ୟୁବରଣ କରୁଥିବା ଦେଖାଯାଉଛି । କରୋନା ରାଜ୍ୟକୁ ସମ୍ପୂର୍ଣ୍ଣ ଭାବେ କବଳିତ କରିସାରିଛି, ଏହା ମୃତ୍ୟୁ ସଂଖ୍ୟାରୁ ପ୍ରମାଣିତ ହୋଇଛି । ରାଜ୍ୟରେ କରୋନା ସଂକ୍ରମଣ ପ୍ରାୟତଃ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ ।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧ ଜଣଙ୍କ ମୃତ୍ୟୁ ଘଟିଛି ।

ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୪୭୬କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧୧ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବରଗଡ଼, ଗଞ୍ଜାମ, ମୟୂରଭଞ୍ଜ ଓ ପୁରୀରୁ ୬ ଜଣ ଲେଖାଏଁ, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ୫ ଜଣ ଲେଖାଏଁ, କେନ୍ଦୁଝରରୁ ୪ ଜଣ, ଭଦ୍ରକ, ଢେଙ୍କାନାଳ ଓ ନୟାଗଡ଼ରୁ ୨ ଜଣ ଲେଖାଏଁ, ବୌଦ୍ଧ, ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ନୂଆପଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ରାଜ୍ୟରେ ଆଜି ୨ହଜାର ୮୦୬ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking