35.1 C
Bhubaneswar
Tuesday, April 23, 2024
Homeକରୋନାଭାରତରେ କରୋନା ମୃତ୍ୟୁ ସଂଖ୍ୟା ୬୨

ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୬୨

ନୂଆଦିଲ୍ଲୀ : କରୋନା ଭୂତାଣୁ ଯୋଗୁ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୪୭କୁ ବୃଦ୍ଧି ପାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୬୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୩୨୨ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ୧୬୨ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ମହାରାଷ୍ଟ୍ରରେ ୩୩୫ ଜଣ ଥିବାବେଳେ ଏହା ପଛକୁ ତାମିଲନାଡୁରେ ୩୦୯ ଓ କେରଳରେ ୨୮୬ ଜଣ ରହିଛନ୍ତି। ସେହିପରି ଦିଲ୍ଲୀରେ ୨୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।
କୋଭିଡ-୧୯ ଟ୍ରାକର ତଥ୍ୟ ଅନୁସାରେ, ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୬୭ ଦର୍ଶାଯାଇଛି। ସେମାନଙ୍କ ମଧ୍ୟରୁ ୨୩୦୩ ଏବେ ଚିକିତ୍ସାଧୀନ ଥିବାବେଳେ ୭୨ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୧୯୨ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଛନ୍ତି। ଏହି ତଥ୍ୟ ଅନୁସାରେ ମହାରାଷ୍ଟ୍ରରେ ସର୍ବାଧିକ ୪୨୩ ଆକ୍ରାନ୍ତ ଥିବାବେଳେ ତାମିଲନାଡୁରେ ୩୦୯, ଦିଲ୍ଲୀରେ ୨୯୩, କେରଳରେ ୨୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking