32.1 C
Bhubaneswar
Tuesday, February 18, 2025
Homeଓଡିଶା୬୩ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ

୬୩ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ

ଭୁବନେଶ୍ୱର: ସରକାରୀ ନିର୍ଦ୍ଦେଶକୁ ଅବମାନନା । କଡ଼ା କାର୍ୟ୍ୟାନୁଷ୍ଠାନ ନେଲା ଉଚ୍ଚଶିକ୍ଷା ବିଭାଗ । ୬୩ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ଭାବରେ ନିର୍ଦ୍ଦେଶ ଜାରି କରାଯାଇଛି । ସୂଚନା ମୁତାବକ, ସରକାରୀ ନିର୍ଦ୍ଦେଶକୁ ପାଳନ ନକରିବା ପଡ଼ିଲା ମହଙ୍ଗା । ଉଚ୍ଚଶିକ୍ଷା ବିଭାଗର ବାରମ୍ବାର ତାଗିଦ୍ ପରେ ବି ରାଜ୍ୟର ୬୩ଟି ବେସରକାରୀ ଅନୁଦାନ ପ୍ରାପ୍ତ କଲେଜ ଅଧ୍ୟକ୍ଷ ନିଜ କଲେଜ ଆକାଉଣ୍ଟକୁ କାପା ପୋର୍ଟାଲରେ ଅପଡ଼େଟ୍‌ କରିନାହାନ୍ତି । ତେଣୁ ୨୦୨୪-୨୫ ବର୍ଷ ପାଇଁ କଲେଜ ଆକାଉଣ୍ଟ ଅପଡେଟ୍‌ କରିବାକୁ ନିର୍ଦ୍ଦେଶ ଥିଲେ ବି ଏସବୁକୁ କଲେଜ ଅଧ୍ୟକ୍ଷ ମାନିନାହାନ୍ତି। ଯେଉଁଥିପାଇଁ ଚଳିତ ମାସ ଠାରୁ ଅନିର୍ଦ୍ଦିଷ୍ଟ ସମୟ ଯାଏଁ ବିଭାଗ ଦରମା ବନ୍ଦ ରଖିଛି । ଯାଜପୁର ଜିଲ୍ଲାର ସର୍ବାଧିକ ୧୧ଟି କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ କରାଯାଇଛି। ଏନେଇ ବିଭାଗ ପକ୍ଷରୁ ବିଧିବଦ୍ଧ ନିର୍ଦ୍ଦେଶ ଜାରି କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking