33.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ ଆଉ ୬୪ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଆଉ ୬୪ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ମୃତ୍ୟୁକୁ ନେଇ ପ୍ରଶାସନ ଓ ଜନସାଧାରଣ ଆଶଙ୍କା ମଧ୍ୟରେ ରହିଛନ୍ତି । ଗତ କିଛି ଦିନ ହେଲା କରୋନାରେ ୫୦ରୁ ଅଧିକ ଲୋକ ମୃତ୍ୟୁବରଣ କରୁଥିବା ଦେଖାଯାଉଛି । କରୋନା ରାଜ୍ୟକୁ ସମ୍ପୂର୍ଣ୍ଣ ଭାବେ କବଳିତ କରିସାରିଛି, ଏହା ମୃତ୍ୟୁ ସଂଖ୍ୟାରୁ ପ୍ରମାଣିତ ହୋଇଛି । ରାଜ୍ୟରେ କରୋନା ସଂକ୍ରମଣ ପ୍ରାୟତଃ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁ ସଂଖ୍ୟାରେ ରୋକ୍ ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫୯୬୬କୁ ବୃଦ୍ଧି ପାଇଛି । ଆଜି ଭଦ୍ରକ, କଟକ, ଖୋର୍ଦ୍ଧାରୁ ୮ ଜଣ ଲେଖାଏଁ, ପୁରୀ, ସୁନ୍ଦରଗଡ଼ରୁ ୭ ଜଣ ଲେଖାଏଁ, କେନ୍ଦ୍ରାପଡ଼ାରୁ ୪ ଜଣ, ଢେଙ୍କାନାଳ, ନୟାଗଡ଼ରୁ ୩ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, ବରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କନ୍ଧମାଳ, କୋରାପୁଟ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ରାଜ୍ୟରେ ୧୫ଶହ ତଳକୁ ଖସିଲା ସଂକ୍ରମଣ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking