28.1 C
Bhubaneswar
Thursday, March 28, 2024
Homeଓଡିଶାଭୁବନେଶ୍ୱରରୁ ଆଜି ପୁଣି ୬୪ ପଜିଟିଭ ଚିହ୍ନଟ

ଭୁବନେଶ୍ୱରରୁ ଆଜି ପୁଣି ୬୪ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଦେଶ ସମେତ ରାଜ୍ୟରେ ଏବେ କରନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିଲେ ବି ସଂକ୍ରମଣ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ମୁତାବକ , ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୭ ସ୍ଥାନୀୟ ଅଞ୍ଚଳରୁ ୪୭ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୮୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୯ ହଜାର ୬୪୭ କୁ ବୃଦ୍ଧି ପାଇଛି । ମୋଟ ୨୯ ହଜାର ୬୪୭ ପଜିଟିଭ ମଧ୍ୟରୁ ୧୭୯ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୮ ହଜାର ୫୭୩ ଜଣ ସୁସ୍ଥ ଓ ୮୭୪ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking