40.1 C
Bhubaneswar
Thursday, April 25, 2024
Homeଓଡିଶାସୁସ୍ଥ ହେଲେ ଆଉ ୬୫ କରୋନା ରୋଗୀ

ସୁସ୍ଥ ହେଲେ ଆଉ ୬୫ କରୋନା ରୋଗୀ

ଭୁବନେଶ୍ୱର : ରାଜ୍ୟ ପାଇଁ ପୁଣି ଏକ ଆଶ୍ୱସ୍ତିର ଖବର ଆସିଛି । ଆଜି ଆଉ ୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୧୪୮୧ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତେବେ ସୁସ୍ଥ ୬୫ ଜଣଙ୍କ ମଧ୍ୟରେ ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୧୦ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ଗଞ୍ଜାମରୁ ୧୪ ଜଣ, ଭଦ୍ରକରୁ ୮ ଜଣ, କେନ୍ଦୁଝରରୁ ୭ ଜଣ, ବଲାଙ୍ଗୀରରୁ ୬ ଜଣ, ଖୋର୍ଦ୍ଧାରୁ ୩ ଜଣ ଏବଂ ବାଲେଶ୍ୱର ଓ ଯାଜପୁରରୁ ୨ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏହା ସହ ଢେଙ୍କାନାଳ, ଝାରସୁଗୁଡା ଓ କନ୍ଧମାଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବର୍ତ୍ତମାନ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୪୭୮ଥିବା ବେଳେ ୯୯୦ଟି ସକ୍ରିୟ ମାମଲା ରହିଛି । ରାଜ୍ୟରେ ଆଜି ୧୩ଟି ଜିଲ୍ଲାରୁ ପୁଣି ୯୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୭୮କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking