34.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟରେ ଆଉ ୬୬ ସଂକ୍ରମିତଙ୍କ ଜୀବନ ନେଲା ମହାମାରୀ କରୋନା, ସର୍ବାଧିକ ସୁନ୍ଦରଗଡ଼

ରାଜ୍ୟରେ ଆଉ ୬୬ ସଂକ୍ରମିତଙ୍କ ଜୀବନ ନେଲା ମହାମାରୀ କରୋନା, ସର୍ବାଧିକ ସୁନ୍ଦରଗଡ଼

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିଲେ ବି ମୃତ୍ୟୁ ସଂଖ୍ୟା ରେକର୍ଡସ୍ତରରେ ରହୁଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫ ହଜାର ୮୩୪କୁ ବୃଦ୍ଧି ପାଇଛି ।

ତେବେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୧ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କଟକରୁ ୧୦, ଖୋର୍ଦ୍ଧାରୁ ୮, ଭଦ୍ରକରୁ ୬, ଯାଜପୁରରୁ ୫, ଗଞ୍ଜାମ, ଜଗତସିଂହପୁର ଓ ପୁରୀରୁ ୪ ଜଣ ଲେଖାଏଁ, ବାଲେଶ୍ୱର, ଝାରସୁଗୁଡା, କେନ୍ଦ୍ରାପଡା, ମୟୂରଭଞ୍ଜରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହା ସହ ବୌଦ୍ଧ, ଦେବଗଡ଼, ଗଜପତି, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରେ ଆଉ ୧ ହଜାର ୫୫୮ କରୋନା ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking