28.1 C
Bhubaneswar
Sunday, April 28, 2024
Homeଓଡିଶାରାଜ୍ୟରେ ଆଉ ୬୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ଜାଣନ୍ତୁ କେଉଁଠୁ କେତେ

ରାଜ୍ୟରେ ଆଉ ୬୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର : ରାଜ୍ୟରେ କରୋନା ମୃତ୍ୟୁକୁ ନେଇ ପ୍ରଶାସନ ଓ ଜନସାଧାରଣ ଆଶଙ୍କା ମଧ୍ୟରେ ରହିଛନ୍ତି । ଗତ କିଛି ଦିନ ହେଲା କରୋନା ମୃତ୍ୟୁସଂଖ୍ୟା ୬୦ ତଳକୁ ଖସିବାର ନାଁ ଧରୁନାହିଁ । ମୃତ୍ୟୁ କ୍ଷେତ୍ରରେ ରାଜ୍ୟକୁ କରୋନା କବଳିତ କରିସାରିଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬ ହଜାର ୯୫୩ କୁ ବୃଦ୍ଧି ପାଇଛି ।

ତେବେ ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୨ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କଟକରୁ ୮, ଅନୁଗୁଳରୁ ୭, ବାଲେଶ୍ୱର, ଢେଙ୍କାନାଳରୁ ୫ ଜଣ ଲେଖାଏଁ, ବରଗଡ଼, ଭଦ୍ରକ, ଗତସିଂହପୁର, ଖୋର୍ଦ୍ଧାରୁ ୪ ଜଣ ଲେଖାଏଁ, ଗଞ୍ଜାମ, କଳାହାଣ୍ଡି, କେନ୍ଦ୍ରାପଡ଼ା, ସମ୍ବଲପୁରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବଲାଙ୍ଗିର, ଦେବଗଡ଼, ଯାଜପୁର, ଝାରସୁଗୁଡ଼ା, ନୟାଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରେ ହଜାରେ ତଳକୁ ଖସିଲା ସଂକ୍ରମଣ : ଆଜି ୮୬୮ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking