38.8 C
Bhubaneswar
Friday, April 19, 2024
Homeଓଡିଶାରାଜ୍ୟରେ ଆଜି ୬୬ ଜଣଙ୍କର ଗଲା ଜୀବନ, ସର୍ବାଧିକ କଟକ

ରାଜ୍ୟରେ ଆଜି ୬୬ ଜଣଙ୍କର ଗଲା ଜୀବନ, ସର୍ବାଧିକ କଟକ

ଭୁବନେଶ୍ୱର : ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଯେତେ ସଚେତନ ରହିଲେ ବି ରାଜ୍ୟରେ ମୃତ୍ୟୁସଂଖ୍ୟା କମିବାରେ ନାଁ ଧରୁନାହିଁ । ପ୍ରତିଦିନ ୬୦ ଉପରକୁ ଜୀବନ ନେଇଛୁ କରୋନା ମହାମାରୀ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭,୬୨୮ କୁ ବୃଦ୍ଧି ପାଇଛି ।

ତେବେ ଆଜି କଟକ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ସମ୍ବଲପୁରରୁ ୧୧, ଜଗତସିଂହପୁର ଓ ବରଗଡ଼ରୁ ୮ ଲେଖାଏଁ, ଯାଜପୁରରୁ ୪, ବୌଦ୍ଧରୁ ୩, ବଲାଙ୍ଗିର, ଝାରସୁଗୁଡ଼ା, କଳାହାଣ୍ଡି, ସୁନ୍ଦଗଡ଼, ଦେବଗଡ଼ ଓ ଢ଼େଙ୍କାନାଳରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ ବାଲେଶ୍ୱର, ଖୋର୍ଦ୍ଧା, ପୁରୀ, ରାୟଗଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking