29.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ ୬ ହଜାର ଟପିଲା କରୋନା ମୃତ୍ୟୁସଂଖ୍ୟା, ଆଜି ପୁଣି ୬୭ ମୃତ

ରାଜ୍ୟରେ ୬ ହଜାର ଟପିଲା କରୋନା ମୃତ୍ୟୁସଂଖ୍ୟା, ଆଜି ପୁଣି ୬୭ ମୃତ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିଲେ ବି ମୃତ୍ୟୁ ସଂଖ୍ୟା ରେକର୍ଡସ୍ତରରେ ରହୁଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ ଜଣଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬ ହଜାର ୩୩କୁ ବୃଦ୍ଧି ପାଇଛି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୧୧, କଟକରୁ ୧୦, ପୁରୀରୁ ୬, ଢେଙ୍କାନାଳରୁ ୫, ଗଞ୍ଜାମ ଓ ଜଗତସିଂହପୁରରୁ ୪ ଜଣ ଲେଖାଏଁ, ଅନୁଗୁଳ ଓ ଭଦ୍ରକରୁ ୩ ଜଣ ଲେଖାଏଁ, ବାଲେଶ୍ୱର, ଝାରସୁଗୁଡା ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହା ସହ ବରଗଡ଼, ଯାଜପୁର ଓ କେନ୍ଦୁଝରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରେ ତଳକୁ ଖସୁଛି କରୋନା ସଂକ୍ରମଣ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking