32.1 C
Bhubaneswar
Friday, April 26, 2024
Homeଓଡିଶାରାଜ୍ୟରେ ଆଉ ୬୮ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଆଉ ୬୮ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ନିୟମନ୍ତ୍ରକୁ ଆସିଥିଲେ ବି ମୃତ୍ୟୁ ସଂଖ୍ୟା ରେକର୍ଡସ୍ତରରେ ରହୁଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫ ହଜାର ୪୪୫କୁ ବୃଦ୍ଧି ପାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୦ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ପୁରୀରୁ ୧୧, ଅନୁଗୁଳରୁ ୮, ମୟୂରଭଞ୍ଜରୁ ୭, କେନ୍ଦୁଝରରୁ ୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହା ସହ ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ମାଲକାନଗିରି, ନୂଆପଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟପଟେ, ରାଜ୍ୟରେ ଆଜି ୧୮୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୦୮୨ ଓ ସ୍ଥାନୀୟ ଅଞ୍ଚଳରୁ ୭୮୨ ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୪୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୬୯, ବାଲେଶ୍ୱରୁ ୧୧୪, ବରଗଡ଼ରୁ ୨୪, ଭଦ୍ରକରୁ ୬୫, ବଲାଙ୍ଗୀରରୁ ୫, ବୌଦ୍ଧରୁ ୩, କଟକରୁ ୨୨୧, ଦେବଗଡ଼ରୁ ୬, ଢେଙ୍କାନାଳରୁ ୮୪, ଗଜପତିରୁ ୩, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ୮୯, ଯାଜପୁର ୧୦୭, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୭,

କନ୍ଧମାଳରୁ ୧୬, କେନ୍ଦ୍ରାପଡ଼ା ୫୯, କେନ୍ଦୁଝରରୁ ୪୪, କୋରାପୁଟରୁ ୭ ଓ ମାଲକାନଗିରିରୁ ୧୨, ମୟୂରଭଞ୍ଜରୁ ୫୭, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୬୬, ନୂଆପଡ଼ାରୁ ୯, ପୁରୀରୁ ୫୯, ରାୟଗଡ଼ାରୁ ୨୪, ସମ୍ୱଲପୁରରୁ ୩୪, ସୋନପୁରରୁ ୬ ଓ ସୁନ୍ଦରଗଡ଼ରୁ ୫୬ ଏବଂ ଷ୍ଟେଟ୍ ପୁଲରୁ ୧୦୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୫ ହଜାର ୭୧୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୪୧ ହଜାର ୨୦୪ ରହିଥିବା ବେଳେ ୧୯ ହଜାର ୧୩ ଜଣ ଚିକିତ୍ସିତ ହେଉଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking