36.1 C
Bhubaneswar
Monday, June 17, 2024
Homeଓଡିଶାରାଜ୍ୟରେ ଆଉ ୬୮ ସଂକ୍ରମିତଙ୍କ ଜୀବନ ନେଲା ମହାମାରୀ କରୋନା, ସର୍ବାଧିକ ଅନୁଗୁଳ

ରାଜ୍ୟରେ ଆଉ ୬୮ ସଂକ୍ରମିତଙ୍କ ଜୀବନ ନେଲା ମହାମାରୀ କରୋନା, ସର୍ବାଧିକ ଅନୁଗୁଳ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିଲେ ବି ମୃତ୍ୟୁ ସଂଖ୍ୟା ରେକର୍ଡସ୍ତରରେ ରହୁଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫ ହଜାର ୯୦୨କୁ ବୃଦ୍ଧି ପାଇଛି ।

ତେବେ ଆଜି ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୮ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଗଞ୍ଜାମ ଓ ଖୋର୍ଦ୍ଧାରୁ ୭ ଜଣ ଲେଖାଏଁ, ବାଲେଶ୍ୱରର ଓ ପୁରୀରୁ ୫ ଜଣ ଲେଖାଏଁ, କଟକ ଓ ମୟୂରଭଞ୍ଜରୁ ୪ ଜଣ ଲେଖାଏଁ, ବରଗଡ଼, ବଲାଙ୍ଗିର, କେନ୍ଦ୍ରାପଡ଼ା, କେନ୍ଦୁଝର, ନୟାଗଡ଼ରୁ ୩ ଜଣ ଲେଖାଏଁ, ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, ସମ୍ପଲପୁର, ନବରଙ୍ଗପୁରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହା ସହ ବୌଦ୍ଧ, ଯାଜପୁର, କନ୍ଧମାଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରେ ଆଜି ୧୫୭୮ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking