31.1 C
Bhubaneswar
Tuesday, May 7, 2024
Homeଓଡିଶାରାଜ୍ୟରେ ଆଉ ୬୮ ଜୀବନ ନେଲା ମହାମାରୀ କରୋନା, ସର୍ବାଧିକ କଟକ

ରାଜ୍ୟରେ ଆଉ ୬୮ ଜୀବନ ନେଲା ମହାମାରୀ କରୋନା, ସର୍ବାଧିକ କଟକ

ଭୁବନେଶ୍ୱର : ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଯେତେ ସଚେତନ ରହିଲେ ବି ରାଜ୍ୟରେ ମୃତ୍ୟୁସଂଖ୍ୟା କମିବାରେ ନାଁ ଧରୁନାହିଁ । ପ୍ରତିଦିନ ୬୦ ଉପରକୁ ଜୀବନ ନେଇଛୁ କରୋନା ମହାମାରୀ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭,୧୫୪ କୁ ବୃଦ୍ଧି ପାଇଛି । ତେବେ ଆଜି କଟକ ଜିଲ୍ଲାରୁ ସର୍ବାଧିକ ୧୮ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଜଗତସିଂହପୁରରୁ ୧୦, ଖୋର୍ଦ୍ଧାରୁ ୭, ଢେଙ୍କାନାଳରୁ ୬, ଭଦ୍ରକ ଓ ମୟୂରଭଞ୍ଜରୁ ୫ ଜଣ ଲେଖାଏଁ, ଅନୁଗୁଳରୁ ୪, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ାରୁ ୩ ଜଣ ଲେଖାଏଁ, ଗଞ୍ଜାମରୁ ୨ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ନୟାଗଡ଼ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରେ ପୁଣି କରୋନାର ଉପର ତଳ ଖେଳ ଆରମ୍ଭ ହୋଇଗଲାଣି : ଆଜି ୧୦୪୧ ପଜିଟିଭ୍ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking